ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଏକ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀ (BEO) ଡ. ଶଙ୍କର ନାରାୟଣ ବେଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିକୁ ଅନାବରଣ କରିଥିଲେ। ସେ ନିଜ ଅଭିଭାଷଣରେ ଗୋପବନ୍ଧୁଙ୍କ ନିସ୍ୱାର୍ଥପର ସେବା ଓ ଦେଶପ୍ରେମର ଉଦାହରଣ ଦେଇ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେଇଥିଲେ। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶିବରାମ ପ୍ରଧାନ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ।

ଏହି ଅବସରରେ ଆୟୋଜିତ ସଭାରେ ଅତିରିକ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ରସାନନ୍ଦ ଘଡେଇ, ଲୋକସେବକ ମଣ୍ଡଳ ପ୍ରତିନିଧି ମୁରଲୀଧର ସ୍ୱାଇଁ, ପ୍ରଧାନଶିକ୍ଷକ ଅରୁଣ କୁମାର ମହାପାତ୍ର, ଅଶୋକ ଶତପଥୀ, ସହକାରୀ ଶିକ୍ଷକ ବିଜୟ କୁମାର ପ୍ରଧାନ, ଶ୍ରୀହରି ମହାନ୍ତି, ଅନାଦି ଚରଣ ପ୍ରଧାନ, ସିଆରସିସି ନବୀନ ବାଡ଼ତ୍ୟା ଏବଂ ଶିକ୍ଷୟିତ୍ରୀ ଦେବଦର୍ଶନୀ ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଅତିଥିବୃନ୍ଦ ଓଡ଼ିଆ ଜାତିର ଉନ୍ନତି, ଭାଷାପ୍ରେମ ଏବଂ ସମାଜ ସେବା କ୍ଷେତ୍ରରେ ଉତ୍କଳମଣିଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ପ୍ରତ୍ୟେକ ଓଡ଼ିଆଙ୍କ ପ୍ରାଣରେ ଜାତିପ୍ରେମ ଜାଗ୍ରତ କରିବାରେ ଗୋପବନ୍ଧୁଙ୍କ ଆତ୍ମଜୀବନୀ ଏକ ବଡ଼ ସମ୍ବଳ ବୋଲି ମତ ପ୍ରକାଶ ପାଇଥିଲା।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜ୍ୟୋତି ମହାରଣା, ଶିକ୍ଷକ ନରେନ୍ଦ୍ର ସାହୁ, ସୌମ୍ୟରଞ୍ଜନ ପ୍ରଧାନ, ଭଗବାନ ପାତ୍ର, ରାମଚନ୍ଦ୍ର ପ୍ରଧାନଙ୍କ ସମେତ ସମସ୍ତ କର୍ମଚାରୀ, ଅଭିଭାବକ ଓ ବହୁ ସଂଖ୍ୟକ ଗ୍ରାମବାସୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri