ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦ ତମ ସ୍ବାଧୀନତା ଦିବସ ଅବସରରେ ଶନିବାର ଏହି ପ୍ରତିମୂର୍ତ୍ତି ଉନ୍ମୋଚନ ପାଇଁ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା। ଚଳିତବର୍ଷ ବଲାଙ୍ଗୀରଠାରେ ଅନୁଷ୍ଠିତ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିବା ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥାନ୍ତେ। କିନ୍ତୁ କୌଣସି କାରଣରୁ ଶେଷ ମୁହୂର୍ତ୍ତରେ ତାହା ବାତିଲ କରି ଦିଆଯାଇଥିଲା। ଷଡଯନ୍ତ୍ର କରି ଉକ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଥିବା ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଛି।
ପ୍ରକାଶ ଯେ, ସ୍ଥାନୀୟ ଏମଇ ସ୍କୁଲର ତତ୍କାଳୀନ ପ୍ରଧାନଶିକ୍ଷକ ରଘୁନାଥ ପ୍ରସାଦ ବହିଦାରଙ୍କ ପ୍ରସ୍ତାବକ୍ରମେ ଏବଂ ଉଦ୍ୟୋକ୍ତା ଯାଦବ ସାହୁ, କାଳୀଚରଣ ସାହୁ, ମନବୋଧ ସାହୁ, କାଶୀରାମ ଅଗ୍ରୱାଲ, ଶ୍ରୀରାମ ଅଗ୍ରୱାଲ, ହଜାରିଲାଲ ଅଗ୍ରୱାଲ ଓ ମହମ୍ମଦ ନବାବ ଖାନଙ୍କ ପ୍ରଚେଷ୍ଟାରେ ୧୯୫୭ ମସିହାରେ ଏହି ହାଇସ୍କୁଲ ପ୍ରତିଷ୍ଠା ଲାଭ କରିଥିଲା। ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ନାମରେ ଏହି ବିଦ୍ୟାଳୟ ନାମିତ କରାଯାଇଥିଲା। ୧୯୫୭ରେ ମୁଖ୍ୟମନ୍ତ୍ରୀ ମହତାବ ଲୋଇସିଂହା ଗସ୍ତ କରି ଉକ୍ତ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସେହିବର୍ଷ ଅଗଷ୍ଟ ମାସରୁ ଅଷ୍ଟମ ଶ୍ରେଣୀ ପାଠପଢା ଆରମ୍ଭ ହୋଇଥିଲା। ୧୯୫୭ରୁ ୧୯୮୨ ମସିହା ପର୍ଯ୍ୟନ୍ତ ଝିଅ ପୁଅ ମିଶି ସେତେବେଳେ ପାଠ ପଢୁଥିଲେ। ୧୯୮୨ ମସିହାରେ ଲୋଇସିଂହାରେ ବାଳିକା ବିଦ୍ୟାଳୟ ପ୍ରତିଷ୍ଠା ପରେ ହରେକୃଷ୍ଣ ମହତାବ ହାଇସ୍କୁଲରେ କେବଳ ଛାତ୍ର ପାଠ ପଢୁଛନ୍ତି। ୨୦୨୫ରେ ବିଦ୍ୟାଳୟ ପରିସରରେ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷ ଏବଂ ପୁରାତନ ଛାତ୍ରଙ୍କ ପକ୍ଷରୁ ନିଷ୍ପତ୍ତି ହୋଇଥିଲା।
ପ୍ରତିଷ୍ଠାର ଦୀର୍ଘ ବର୍ଷ ପରେ ୨୦୨୬ ଅଗଷ୍ଟ ୧୫ ତାରିଖ ଦିନ ମହତାବଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ପାଇଁ ତାରିଖ ସ୍ଥିର ହୋଇଥିଲା। ରାଜ୍ୟ ସରକାର ଓ ସଂସ୍କୃତି ବିଭାଗ ଅନୁଦାନରେ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ପରିସରରେ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ତାରିଖ ସ୍ଥିର ଓ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଥିବାରୁ ସଭା କାର୍ଯ୍ୟ ପାଇଁ ଟେଣ୍ଟ ମଧ୍ୟ ମରାଯାଇଥିଲା। ବହୁ ଉତ୍କଣ୍ଠା ସହ ସେହି ମୁହୂୂର୍ତ୍ତକୁ ବିଦ୍ୟାଳୟ କର୍ତ୍ତୃପକ୍ଷ, ଛାତ୍ର, ପୁରାତନ ଛାତ୍ରୀଛାତ୍ର ଓ ବୁଦ୍ଧିଜୀବୀ ଚାହିଁ ରହିଥିଲେ। ହେଲେ ଆକସ୍ମିକ ଭାବେ କାର୍ଯ୍ୟକ୍ରମକୁ ବାତିଲ କରାଯିବା ଘଟଣା ଅଞ୍ଚଳବାସୀଙ୍କୁ ବ୍ୟଥିତ କରିଛି। ବିଦ୍ୟାଳୟର ପ୍ରାକ୍ତନ ଶିକ୍ଷକ ବିଭୂତି ଭୂଷଣ ସାହାଣୀ କହିଛନ୍ତି, ଏହା ଶିକ୍ଷିତ ସମାଜକୁ ବଡ କଷ୍ଟ ଦେଇଛି। ଅନେକ ଉଦ୍ୟୋକ୍ତା ଏହି ବିଦ୍ୟାଳୟ ପ୍ରତିଷ୍ଠା କରି ଅଞ୍ଚଳରେ ଶିକ୍ଷାର ଦୀପଟିଏ ଜାଳିଥିଲେ। ବିଦ୍ୟାଳୟର ଆଲୁମିନି ସଦସ୍ୟ ତଥା ପୁରାତନ ଛାତ୍ର ସରୋଜ ବିଶ୍ୱାଳ କହିଛନ୍ତି, ମନରେ ବହୁତ ଉତ୍ସାହ ରହିଥିଲା ,କାର୍ଯ୍ୟକ୍ରମ ବାତିଲ ମନକୁ ଆଘାତ ଦେଇଛି। ଏହା ଯଦି ରାଜନୈତିକ ଚକ୍ରାନ୍ତ , ତେବେ ଲୋଇସିଂହା ଅଞ୍ଚଳ ପାଇଁ ଶୁଭଙ୍କର ନୁହେଁ। ବିଦ୍ୟାଳୟର ପ୍ରଧାନଶିକ୍ଷକ ସର୍ଜନ ନେଗୀ କହିଛନ୍ତି,ସମସ୍ତ ପ୍ରସ୍ତୁତି ସରି ଯାଇଥିଲା। ଉତ୍କଣ୍ଠା ସହ ଅପେକ୍ଷାରେ ଥିଲୁ। କିନ୍ତୁ କ’ଣ ପାଇଁ କାର୍ଯ୍ୟକ୍ରମ ବାତିଲ ହେଲା ଆମକୁ ଜଣାନାହିଁ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?