ବିଭିନ୍ନ ଜିଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି, ଜାଣନ୍ତୁ କେଉଁଠି କାହାର…

ଭୁବନେଶ୍ୱର, ୧୬ା୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା କାର୍ଯ୍ୟନିମନ୍ତେ ସଂସ୍କୃତିମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

ବୈଠକରେ ବିଭିନ୍ନ ଲୋକପ୍ରତିନିଧି, ସ୍ବେଚ୍ଛାସେବୀ ଅନୁଷ୍ଠାନ, ବିଶିଷ୍ଟ ବ୍ୟକ୍ତିବିଶେଷ ଏବଂ ଜିଲ୍ଲା ପ୍ରଶାସନ ଠାରୁ ହସ୍ତଗତ ହୋଇଥିବା ପ୍ରସ୍ତାବ ସମ୍ବନ୍ଧରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିମନ୍ତେ ଏକ ସାରଣୀ ପ୍ରସ୍ତୁତ କରାଯାଇଥିଲା।

ଏହିକ୍ରମରେ କେନ୍ଦ୍ରାପଡାରେ ଭଜନ ସମ୍ରାଟ ଭିକାରୀ ବଳ, ବଲାଙ୍ଗୀରରେ ଧରମସିଂହ ମାନ୍ଧାତା ମାଝୀ, ଭୁବନେଶ୍ୱରରେ କୁନ୍ତଳା କୁମାରୀ ସାବତ, କବି ଶେଖର ଚିନ୍ତାମଣୀ ମହାନ୍ତି, ବ୍ରହ୍ମପୁରରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ, ଭଦ୍ରକରେ ଗୋକୁଳାନନ୍ଦ ମହାନ୍ତି, କେନ୍ଦୁଝରରେ ରତନା ନାୟକ, ସମ୍ବଲପୁରରେ ଅଟଳବିହାରୀ ବାଜପେୟୀ ଓ ବୀର ସୁରେନ୍ଦ୍ର ସାଏ, କଟକରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ, ମଧୁସୂଦନ ଦାସ, ଅଟଳ ବିହାରୀ ବାଜପେୟୀ, ବରଗଡ଼ରେ ଗଙ୍ଗାଧର ମେହେର, ବାଲେଶ୍ୱରରେ ଫକୀର ମୋହନ ସେନାପତି, ବାଘାଯତୀନ, ପୁରୀ ଡେଲାଙ୍ଗରେ ବୌଦ୍ଧଧର୍ମ ବିଶାରଦ ଡିଗନାଗ, ମାଲକାନଗିରିରେ ତାମ୍ମା ଦୋରା ଏବଂ ଭୁବନରେ ବାଜିରାଉତଙ୍କ ପ୍ରତିମୂର୍ତ୍ତି ସ୍ଥାପନା ନିମନ୍ତେ ନିଷ୍ପତି ନିଆଯାଇଛି। ସେହିପରି ଭାବେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ଏବଂ ପ୍ରଥମ ଓଡ଼ିଆ ଶଙ୍କରାଚାର୍ଯ୍ୟ ଶ୍ରୀଧର ସ୍ୱାମୀଙ୍କ ପ୍ରତିମୂର୍ତ୍ତି ମଧ୍ୟ ସ୍ଥାପନା କରାଯିବାର ନିଷ୍ପତ୍ତି ନିଆ ଯାଇଛି।

ସଂସ୍କୃତି ମନ୍ତ୍ରୀ ସୂରଜ କହିଛନ୍ତି ଯେ, ଭାରତବର୍ଷର ସ୍ୱାଧୀନତା, ଓଡ଼ିଶା ପ୍ରଦେଶର ସ୍ୱତନ୍ତ୍ରତା, ଆମ ଭାଷା ଓ ସାହିତ୍ୟକୁ ନିଜର ଲେଖନୀ ଚାଳନା ମାଧ୍ୟମରେ ରୁଦ୍ଧିମନ୍ତ କରିବା ଏବଂ ଓଡ଼ିଶାର ଐତିହ୍ୟ ଏବଂ ଓଡ଼ିଆ ସଂସ୍କୃତିର ମୂଲ୍ୟବୋଧକୁ ବଜାୟ ରଖିବା ଦିଗରେ ଆମ ବରପୁତ୍ରମାନେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ଆମ ସ୍ୱାଧୀନତା ଓ ସ୍ୱାଭିମାନ ପାଇଁ ବଳିଦାନ ଦେଇଥିବା ଏବଂ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ରକ୍ଷକ ଭାବେ କାର୍ଯ୍ୟକରିଥିବା ବରପୁତ୍ରମାନେ ହେଲେ ଆମ୍ଭମାନଙ୍କ ପାଇଁ ଚିରନମସ୍ୟ। ସେମାନଙ୍କର କାର୍ଯ୍ୟ ଏବଂ ମୂଲ୍ୟବୋଧ ଚିରସ୍ମରଣୀୟ ଓ ଆମ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର ଉତ୍ସ।

ତେଣୁ ପ୍ରାଥମିକତା ଭିତ୍ତିରେ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାର ସ୍ଥାପନା କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି ବୋଲି ମନ୍ତ୍ରୀ ସୂରଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri