ମାଷ୍ଟର କ୍ୟାଣ୍ଟିନରୁ ଯୋଦ୍ଧା, ଘୋଡ଼ା ପ୍ରତିମୂର୍ତ୍ତି ସ୍ଥାନାନ୍ତର କରା ନ ଯାଉ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମାଷ୍ଟର କ୍ୟାଣ୍ଟିନ ଛକରୁ ଯୋଦ୍ଧା, ଘୋଡ଼ା ସ୍ଥାନାନ୍ତର ନ କରିବା ପାଇଁ ରାଜ୍ୟ ସରକାରଙ୍କୁ ଉପଦେଶ ଦେବା ଲାଗି ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସୁରେଶ ରାଜଭବନ ଯାଇ ରାଜ୍ୟପାଳଙ୍କ ନିକଟକୁ ସ୍ମାରକପତ୍ର ପଠାଇଦେଇଛନ୍ତି। ସ୍ମାରକପତ୍ରରେ ସେ ଉଲ୍ଲେଖ କରିଛନ୍ତି, ମାଷ୍ଟର କ୍ୟାଣ୍ଟିନର ଯୋଦ୍ଧା, ଘୋଡ଼ା ଓଡ଼ିଆ ଜାତିର ଭାବାବେଗ ସହ ଜଡ଼ିତ। ଏହା ସ୍ବର୍ଗତ ସ୍ଥପତି ରଘୁନାଥ ମହାପାତ୍ରଙ୍କ ଦ୍ୱାରା ନିର୍ମିତ। ହରେକୃଷ୍ଣ ମହତାବଙ୍କଠାରୁ ବିଜୁ ପଟ୍ଟନାୟକ, ନନ୍ଦିନୀ ଶତପଥୀ, ସତ୍ୟପ୍ରିୟ ମହାନ୍ତି, ଚିନ୍ତାମଣି ପାଣିଗ୍ରାହୀ ପ୍ରଭୃତି ଓଡ଼ିଶାର ଦିବଂଗତ ଜନନାୟକଙ୍କ ପ୍ରେରଣା ଓ ଉପଦେଶରେ ଏହି ମୂର୍ତ୍ତିକୁ ଏଠାରେ ସ୍ଥାନିତ କରାଯାଇଥିଲା। ରାଜମହଲ ଛକ ଭୁବନେଶ୍ୱରର କେନ୍ଦ୍ରବିନ୍ଦୁ। ରେଳ ଷ୍ଟେଶନ ଓ ସଚିବାଳୟର ମଧ୍ୟସ୍ଥଳରେ ଏହା ସ୍ଥାନିତ ହୋଇ ଓଡ଼ିଆ ଜାତିର ସ୍ବର୍ଣ୍ଣିମ ଇତିହାସ, କୀର୍ତ୍ତିର ନିଦର୍ଶନ ହୋଇଛି। ଯଦି ସ୍ମାର୍ଟସିଟିର ବିକାଶ ପାଇଁ ମାଷ୍ଟର କ୍ୟାଣ୍ଟିନ ଛକର ଆଧୁନିକୀକରଣ କରାଯାଉଛି ତାହାର ଆମେ ପରିପନ୍ଥୀ ନୁହେଁ। ମାତ୍ର ଏହି ମୂର୍ତ୍ତିର ସ୍ଥାନାନ୍ତର ନ କରିବା ପାଇଁ ରାଜ୍ୟପାଳ ହସ୍ତକ୍ଷେପ କରିବା ପାଇଁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବ୍ୟବସାୟୀଙ୍କୁ ଆକ୍ରମଣ: ଗୁଡାରିରେ ଆତଙ୍କ

ଗୁଡାରି,୨୬।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲାର ଗୁଡାରି ସହରରେ ସୋମବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଜଣେ ସୁନା ବ୍ୟବସାୟୀଙ୍କୁ ଡକାୟତ ଗ୍ୟାଙ୍ଗ ମରଣାନ୍ତକ…

ମୁଁ କେମିତି ବଞ୍ଚିବି…. କୋରାପୁଟ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ରୋଚକ ଦୃଶ୍ୟ, ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

କୋରାପୁଟ,୨୬।୫(ଅମିତାଭ ବେହେରା ): କୋରାପୁଟ ଜିଲାପାଳଙ୍କ ମିଳିତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ଜଣେ ମହିଳା କାନ୍ଦି କାନ୍ଦି ନିଜ ଅଭିଯୋଗ ଜଣାଇଛନ୍ତି । କୋରାପୁଟ…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର…

ରାସ୍ତାରେ ବୋହୁଛି ଡ୍ରେନ ପାଣି, ଦୁର୍ଗନ୍ଧରେ ଫାଟି ପଡୁଛି ପାଡୁଆ ବଜାର

ନନ୍ଦପୁର/ ପାଡୁଆ,୨୬।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ):  କୋରାପୁଟ ଜିଲା ନନ୍ଦପୁର ବ୍ଲକର ବ୍ୟବସାୟିକ କେନ୍ଦ୍ରସ୍ଥଳୀ ଭାବେ ପରିଚିତ ପାଡୁଆ ବଜାର ଦୁର୍ଗନ୍ଧରେ ଫାଟି ପଡୁଛି । ରାସ୍ତାର…

କଳାହାଣ୍ଡିରୁ ଆସିଲା ଦୁଃଖଦ ଘଟଣା: ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ଜୀବନ ଗଲା

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ.ରାମପୁର ଥାନା ଅନ୍ତର୍ଗତ ଗୌଡ଼ କର୍ଲାଖୁଣ୍ଟା ଗ୍ରାମରୁ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପାଇଖାନା ଟାଙ୍କିର…

ଝିଅଙ୍କ ବିବାହକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ସୋମବାର, ସୁପ୍ରିମକୋର୍ଟ ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। କୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ଝିଅର…

ଯେମିତି କହିଲେ ସେମିତି କଲେ: ଭାଜପାରେ ଯୋଗଦେଲେ ଦେବାଶିଷ

ଭୁବନେଶ୍ୱର,୨୬।୫:ବରିଷ୍ଠ ରାଜନେତା ଦେବାଶିଷ ସାମନ୍ତରାୟ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

ଏହି ୨ ଗୋଟି ସ୍ଥାନରେ ରାସ୍ତାର ନବୀକରଣ, ପ୍ରଶସ୍ତିକରଣ ପାଇଁ ଶିଳାନ୍ୟାଶ କଲେ ବିଧାୟକ ହିମାଂଶୁ ଶେଖର, ୪ କୋଟି ଟଙ୍କା ବ୍ୟୟ ଅଟକଳରେ…

ଧର୍ମଶାଳା,୨୬।୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରାସ୍ତା ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ଧର୍ମଶାଳା ବିଧାୟକଙ୍କ ମାରାଥନ ଶିଳାନ୍ୟାଶ ଜାରିରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri