Posted inଜାତୀୟ

ସ୍ଥିତି ଅଣାୟତ୍ତ ମୁହାଁ, ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬୧୮…

ନୂଆଦିଲ୍ଲୀ, ୧୫।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୬ ଶହ ଟପିଛି। ଏହା ୬୧୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪୦୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪ ହଜାର ଉପରେ ରହିଛି। ଏହା ୪ ହଜାର ୧୯୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୯୦୩ ଥିଲା। ସେହିପରି ୨୪ ଘଣ୍ଟାରେ ୩୧୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩୦୬ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୮୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୧ ହଜାର ୯୫୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୬ ହଜାର ୯୭୦ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri