Posted inଜାତୀୟ

ସ୍ଥିତି ଅଣାୟତ୍ତ ମୁହାଁ, ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬୧୮…

ନୂଆଦିଲ୍ଲୀ, ୧୫।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୬ ଶହ ଟପିଛି। ଏହା ୬୧୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪୦୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪ ହଜାର ଉପରେ ରହିଛି। ଏହା ୪ ହଜାର ୧୯୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୯୦୩ ଥିଲା। ସେହିପରି ୨୪ ଘଣ୍ଟାରେ ୩୧୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩୦୬ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୮୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୧ ହଜାର ୯୫୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୬ ହଜାର ୯୭୦ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri