ଲୋକଙ୍କୁ ଅସୁବିଧାରେ ନ ପକାଇ ଆନ୍ଦୋଳନରୁ ବିତର ରୁହ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର,୧୭।୩(ବ୍ୟୁରୋ): ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଚାଲିଥିବା ବେଳେ ଏଥିରୁ ବିରତ ରହିବାକୁ ଡ୍ରାଇଭରମାନଙ୍କୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ନିବେଦନ କରିଛନ୍ତି । ଡ୍ରାଇଭରମାନଙ୍କ ଆନ୍ଦୋଳନ ଯୋଗୁ ରାଜ୍ୟବାସୀ ନାହିଁ ନ ଥିବା ଅସୁବିଧା ଭୋଗିଛନ୍ତି। ଆନ୍ଦୋଳନ ବନ୍ଦ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ସଂଘ କର୍ମକର୍ତ୍ତାଙ୍କ ସହ ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା ହୋଇଛି ।
ଦାବି ସମ୍ପର୍କରେ ବିଚାର କରାଯିବା ପାଇଁ ପ୍ରତିଶ୍ରୁତି ଦିଆଯାଇ ଥିବା ସତ୍ତ୍ବେ ଡ୍ରାଇଭରମାନଙ୍କ ଧର୍ମଘଟ ଆରମ୍ଭ ହୋଇଥିଲା । ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ଡ୍ରାଇଭର ମହାସଂଘ ସହିତ ଶାସନ ସଚିବ ଆଲୋଚନା କରିଥିଲେ । ଆଲୋଚନା ସକରାତ୍ମକ ଥିଲା ।
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟକ୍ରମେ ଆମେ କହିଥିଲୁ ଯେ, ୩ ମାସ ମଧ୍ୟରେ ସମାଧାନ କରିବୁ । ଏ ସମ୍ପର୍କରେ ଲିଖିତ ପ୍ରତିଶ୍ରୁତି ମଧ୍ୟ ଦିଆଯାଇଛି । ଏହାପରେ ଡ୍ରାଇଭର ମହାସଂଘ ପକ୍ଷରୁ ଆମକୁ ପ୍ରତିଶ୍ରୁତି ଦିଆଯାଇଥିଲା ଯେ ୧ ଘଣ୍ଟା ମଧ୍ୟରେ ସକରାତ୍ମକ ନିଷ୍ପତ୍ତି ଜଣାଇବେ । କିନ୍ତୁ ଶୁକ୍ରବାର ମଧ୍ୟ କିଛି ସ୍ଥାନରେ ଧର୍ମଘଟ ଚାଲୁ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri