Posted inଜାତୀୟ

ଦେଶରେ ରହି ଚର୍ଚ୍ଚା କର, ବିଦେଶକୁ ଯାଇ କାହିଁକି କରୁଛ ରାଜନୀତି: ରାହୁଲଙ୍କୁ ଜୟଶଙ୍କରଙ୍କ ପରାମର୍ଶ…

ନୂଆଦିଲ୍ଲୀ,୪।୬ : ଆମେରିକାରେ ପୂର୍ବତନ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବିବାଦୀୟ ବିବୃତ୍ତି ଉପରେ କେନ୍ଦ୍ର ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ବେଳେବେଳେ ରାଜନୀତିଠାରୁ କିଛି ଜିନିଷ ବଡ଼ ହୋଇଥାଏ ଏବଂ ବିଶେଷ କରି ଯେତେବେଳେ ଆପଣ ଦେଶ ବାହାରେ ପାଦ ଦିଅନ୍ତି। ସାମୂହିକ ଦାୟିତ୍ୱ ବିଷୟରେ ଜୟଶଙ୍କର କହିଛନ୍ତି ସେ ବିଦେଶ ଯାଇ ସେଠାରେ ରାଜନୀତି କରନ୍ତି ନାହିଁ।

ଆମେରିକୀୟ ଗସ୍ତରେ ଯାଇଥିବା ରାହୁଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତ ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଏଥି ସହିତ ମୁସଲିମ ଲିଗ ପରି ଏକ ପାର୍ଟିକୁ ମଧ୍ୟ ଧର୍ମନିରପେକ୍ଷ କୁହାଯାଉଛି। ମନେରଖନ୍ତୁ, ଏହା ହେଉଛି ସେହି ମୁସଲିମ ଲିଗ, ଯାହା ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ରାହୁଲଙ୍କ ଜେଜେବାପା ଜବାହରଲାଲ ନେହେରୁଙ୍କୁ ହିଂସାତ୍ମକ ତଥା ମୌଳବାଦୀ ବୋଲି କହିଥିଲା।

ସୂଚନାଯୋଗ୍ୟ, ବର୍ତ୍ତମାନ ଜୟଶଙ୍କର ବ୍ରିକ୍ସ ଦେଶର ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକା ଯାଇଛନ୍ତି। ସେଠାରେ ଭାରତୀୟ ସମ୍ପ୍ରଦାୟର ଲୋକଙ୍କ ସହ କଥାବାର୍ତ୍ତା ବେଳେ ଜଣେ ବ୍ୟକ୍ତି ରାହୁଲ ଗାନ୍ଧୀଙ୍କୁ ତାଙ୍କ ନାମ ନ ନେଇ ତାଙ୍କ ବିବୃତ୍ତି ବିଷୟରେ ପଚାରିଥିଲେ। ଏହା ଉପରେ ଜୟଶଙ୍କର କହିଥିଲେ, ମୁଁ ମୋର ମନ କଥା କହିପାରେ। ମୁଁ ବିଦେଶ ଗଲାବେଳେ ରାଜନୀତି ନ କରିବାକୁ ଚେଷ୍ଟା କରେ। ଯଦି ମୋତେ ଯୁକ୍ତି କରିବାକୁ ପଡିବ, ମୁଁ ମୋ ଦେଶ ଭାରତରେ ଏହା କରିବି। ଏକ ଗଣତାନ୍ତ୍ରିକ ଦେଶରେ ସମସ୍ତ ଲୋକଙ୍କ ସାମୂହିକ ଦାୟିତ୍ୱ, ଜାତୀୟ ସ୍ବାର୍ଥ ଏବଂ ସାମୂହିକ ଭାବମୂର୍ତ୍ତି ରହିଛି। କିଛି ଜିନିଷ ରାଜନୀତିଠାରୁ ବଡ଼। ଯେତେବେଳେ ଆପଣ ଦେଶ ବାହାରେ ପାଦ ଦିଅନ୍ତି, ସେତେବେଳେ ଆପଣ ଏହି ଜିନିଷଗୁଡ଼ିକୁ ଧ୍ୟାନରେ ରଖିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri