‘ତମ୍ବୁ ତଳେ ରହୁଛି, ଘର ଦିଅ’

ଢେଙ୍କାନାଳ ଅଫିସ, ୯।୬: ଆବାସ ଯୋଜନାରେ ଘର ଖଣ୍ଡିଏ ପାଇଁ ପ୍ରଶାସନ ନିକଟକୁ ଧାଇଁ ଧାଇଁ ଥକି ପଡ଼ିଥିବା ଜଣେ ମହିଳା ବୁଧବାର ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଠିକ୍‌ ସମୟରେ ପୋଲିସ ପହଞ୍ଚତ୍ୟିବାରୁ ଏକ ବଡ଼ ଧରଣର ଅଘଟଣକୁ ଟାଳି ଦିଆଯାଇଛି। ସମ୍ପୃକ୍ତା ସ୍ବାମୀ ପରିତ୍ୟକ୍ତା ମହିଳା ତମ୍ବୁ ତଳେ ଛୋଟ ଛୋଟ ଝିଅପୁଅଙ୍କୁ ନେଇ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଘର ଖଣ୍ଡିଏ ଦେବା ପାଇଁ ନେହୁରା ହେବା ସତ୍ତ୍ୱେ ପ୍ରଶାସନିକ ଅଧିକାରୀ ଶୁଣୁ ନ ଥିବା ସେ ଅଭିଯୋଗ କରିଛନ୍ତି।
ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳା ଜଣକ ହେଲେ ସସ୍ମିତା ରାଉତ। ତାଙ୍କ କହିବା କଥା, ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଅନ୍ତର୍ଗତ କୋଇଲିପାଙ୍ଗି ଗ୍ରାମରେ ସେ ଏକ କୁଡ଼ିଆ ଘରେ ରହି ଆସୁଥିଲେ। ମରାମତି କରିବାକୁ ଅର୍ଥ ନ ଥିବାରୁ ତାହା ଭାଙ୍ଗିଯାଇଛି। ଅତି ଦୟନୀୟ ଅବସ୍ଥାରେ ତମ୍ବୁତଳେ ପରିବାର ସହ ଦିନ ବିତାଉଛନ୍ତି। ପଡ଼ୋଶୀମାନେ ତାଙ୍କୁ ବିଭିନ୍ନ ସମୟରେ ହଇରାଣ କରୁଛନ୍ତି। ଜିଲାପାଳଙ୍କୁ ସମସ୍ୟା ଜଣାଇବାକୁ ୨ ଥର ଆସିଥିଲେ ମଧ୍ୟ ତାଙ୍କୁ ଭେଟ କରିବାକୁ ସୁଯୋଗ ଦିଆଯାଉନାହିଁ। ସବୁ ଆଡୁ ନିରାଶ ହେବା ପରେ ସସ୍ମିତା ଏକ କାଚ ବୋତଲ ଭାଙ୍ଗି ହାତ କାଟିବା ପରେ ବେକ କାଟିବାକୁ ଉଦ୍ୟମ କରୁଥିବା ବେଳେ ଟାଉନ ଥାନା ପୋଲିସ ପହଞ୍ଚତ୍ ତାଙ୍କୁ କାବୁ କରିନେଇଥିଲା। ପରିବାରର ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ଆବାସ ଯୋଜନାରେ ଏକ ଘର ଯୋଗାଇ ଦେବା ସହ ପିଲାମାନଙ୍କ ପାଠ ପଢ଼ିବା ପାଇଁ ସହାୟତାର ହାତ ବଢ଼ାଇବାକୁ ସସ୍ମିତା ନିବେଦନ କରିଛନ୍ତି। ଅନ୍ୟପଟେ ତାଙ୍କୁ ବୁଝାଶୁଝା କରାଇ ଘରକୁ ପଠାଇ ଦିଆଯାଇଥିବା ଟାଉନ ଥାନା ଅଧିକାରୀ ରାଜେନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ା
ସୂଚନାଯୋଗ୍ୟ, ଗତ ଫେବୃୟାରୀ ୯ରେ ସସ୍ମିତା ଜିଲା କାର୍ଯ୍ୟାଳୟ ପରିସରରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ପୋଲିସକୁ ନାକେଦମ୍‌ ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri