ଦଳମତରୁ ଊର୍ଦ୍ଧ୍ୱରେ ରହି ଲୋକଙ୍କ ସେବା କର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହୋଇଛନ୍ତି। ସେ ହିଞ୍ଜିଳି ଓ ଶେରଗଡ଼ ବ୍ଲକର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରିଛନ୍ତି। ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦଳମତରୁ ଊର୍ଦ୍ଧ୍ୱରେ ରହି ଲୋକଙ୍କ ସେବା କରିବା ପାଇଁ ପରାମର୍ଶ ଦେଇଛନ୍ତି । ବର୍ତ୍ତମାନ ନିର୍ବାଚନ ଶେଷ ହୋଇଛି । ତେଣୁ ଆପଣମାନେ ବର୍ତ୍ତମାନ ସମସ୍ତଙ୍କ ପାଇଁ କାମ କରନ୍ତୁ । ଦଳମତରୁ ଉପରକୁ ଉଠି କାମ କଲେ ଆମେ ସବୁବେଳେ ଲୋକଙ୍କ ଭରସା ଓ ଆଶୀର୍ବାଦ ପାଇପାରିବା ବୋଲି ସେ କହିଛନ୍ତି । ବିକାଶ ସବୁବେଳେ ଆମର ଫୋକସ ହୋଇ ରହିଆସିଛି । ବିକାଶ ପାଇଁ ଆମର କଠିନ ପରିଶ୍ରମକୁ ଜନସାଧାରଣ ସବୁବେଳେ ସ୍ବୀକୃତି ଦେଇଛନ୍ତି । ସାରା ରାଜ୍ୟରେ ପଞ୍ଚାୟତ ନିର୍ବାଚନରେ ଏକ ଐତିହାସିକ ରାୟ ଦେଇଛନ୍ତି । ସେଥିପାଇଁ ଜନସାଧାରଣଙ୍କ ନିକଟରେ ଆମେ ଋଣି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଉଭୟ ବ୍ଲକର ଉନ୍ନତି ପାଇଁ ସମସ୍ତେ ମିଳିମିଶି ଏକ ଟିମ୍‌ ଭାବରେ କାମ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri