Posted inଅପରାଧ

ଆଗକୁ ପାର୍ବଣ: ଏବେଠୁ ବଢ଼ିଲାଣି କ୍ରାଇମ୍‌, ଦୁଇ ଦିନରେ ୨ ବାଇକ୍‌ ନେଇଗଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨ ଦିନ ବ୍ୟବଧାନରେ ୨ଟି ବାଇକ୍‌ ଚୋରି ହୋଇଛି।
ପ୍ରକାଶ ଯେ, ଶୁକ୍ରବାର ଉକ୍ତ ଥାନା ସିମନବାଡ଼ି ଅଞ୍ଚଳର ତେଜରାତି ବ୍ୟବସାୟୀ ଏ. ବାଲାଜୀ ପାତ୍ର ନିଜ ବାଇକ୍‌ଟିକୁ ଘର ସମ୍ମୁଖରେ ରଖିଥିବା ବେଳେ ରାତିରେ କେହି ଦୁର୍ବୃତ୍ତ ତାଙ୍କ ବାଇକ ଚୋରି କରିନେଇଥିବା ସେ କହିଛନ୍ତି। ସେ ବାଇକ୍‌ଟିକୁ ଖୋଜାଖୋଜି କରିବା ସହ ଥାନାରେ ଲିଖିତ ଅଭିଯୋଗ କରିବି ବୋଲି କହିଛନ୍ତ।

ସେହିପରି ଦାରିଙ୍ଗବାଡ଼ି ଜାଗୃତି ସାହିରେ ରହୁଥିବା ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ ନର୍ମଦା ମହାରଣାଙ୍କ ସ୍ବାମୀ ଚଳାଉଥିବା ବାଇକ୍‌ ନଂ (ଓଡି -୨୫ସି -୯୪୯୬)ବାଇକଟି ଘର ସମ୍ମୁଖରେ ରଖିଥିଲେ। ତେବେ ସେ ରବିବାର ସକାଳୁ ଉଠିବା ବେଳେ ଘର ସମ୍ମୁଖରେ ଥିବା ବାଇକ୍‌ଟି ନ ଥିବା ଜାଣି ଏହା ଚୋରି ହୋଇଥିବା ସନ୍ଦେହ କରି ଦାରିଙ୍ଗବାଡ଼ି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଦାରିଙ୍ଗବାଡି ଅଞ୍ଚଳରେ ପୂର୍ବରୁ ମଧ୍ୟ ଏକାଧିକ ବାଇକ ଚୋରି ହୋଇଥିବା ବେଳେ ଏବେ ପର୍ଯ୍ୟନ୍ତ ତାହା ଉଦ୍ଧାର ହୋଇ ନ ଥିବା ବେଳେ ପୁଣି ୨ଟି ବାଇକ ଚୋରି ଘଟଣା ପୋଲିସ ପାଇଁ ଯେତିକି ମୁଣ୍ଡବ୍ୟଥାର କାରଣ ହୋଇଛି ଅଞ୍ଚଳରେ ମଧ୍ୟ କୋକୁଆ ଭୟ ସୃଷ୍ଟି ହୋଇଛି। ଆଗକୁ ପାର୍ବଣ ଋତୁ ଆସୁଥିବାରୁ ପୋଲିସ ବେଳ ଥାଉଥାଉ ଏଥିପ୍ରତି ଦୃଷ୍ଟି ଦେଇ ରାତ୍ରକାଳୀନ ପାଟ୍ରୋଲିଂକୁ କଡ଼ାକଡ଼ି କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ହର୍ମୁଜ ଷ୍ଟ୍ରେଟ ଆକ୍ରମଣକୁ ନେଇ କଡ଼ା ଚେତାବନୀ ଦେଲାଣି ଭାରତ! କହିଲା ବେକାର ଯିବନାହିଁ ନିର୍ଦ୍ଦୋଶ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦।୩: ଯୁକ୍ତରାଜ୍ୟରେ ଭାରତର ହାଇକମିଶନର ବିକ୍ରମ ଡୋରାଇସ୍ବାମୀ, ହର୍ମୁଜ ଷ୍ଟ୍ରେଟରେ ଜାହାଜ ଉପରେ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ବିକ୍ରମ ଡୋରାଇସ୍ବାମୀ ସମସ୍ତ ନାବିକଙ୍କ ସୁରକ୍ଷା, ନୌଚାଳନା…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri