ଜଗନ୍ନାଥ ମନ୍ଦିରରୁ ଚୋରି

ଖୋର୍ଦ୍ଧା,୨୯ା୨(ପ୍ରଭାତ ପାଣିଗ୍ରାହୀ)୫୭ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଗଡ଼ଖୋର୍ଦ୍ଧା ଛକ ନିକଟରେ ରହିଥିବା ମହାପ୍ରଭୁଙ୍କ ଲୀଳାକ୍ଷେତ୍ର ଭାବେ ପରିଚିତ ଗଡ଼ଖୋର୍ଦ୍ଧା ଶ୍ରୀଜଗନ୍ନାଥ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ହୁଣ୍ଡିବାକ୍ସ, ୩ଟି ଆଲମିରା ତାଡ଼ି ଲକ୍ଷାଧିକ ଟଙ୍କା ସମେତ ଆସବାବପତ୍ର ଓ ଅଷ୍ଟଧାତୁନିର୍ମିତ ଶ୍ରୀରାଧାପାଦ ଚୋରିକରି ନେଇଯାଇଛନ୍ତି। ଏନେଇ ମନ୍ଦିର ପରିଚାଳନା କମିଟିର ଅଭିଯୋଗକ୍ରମେ ଶିଳ୍ପାଞ୍ଚଳ ପୋଲିସ ପହଞ୍ଚତ୍ ମନ୍ଦିର ସିସିଟିଭି ଯାଞ୍ଚ କରି ତଦନ୍ତ ଚଳାଇଛି।
ସୂଚନା ମୁତାବକ, ବୁଧବାର ସକାଳେ ସେବାୟତ ଅରୂପ ମହାପାତ୍ର ମୁଖ୍ୟ କବାଟ ଖୋଲି ମନ୍ଦିରକୁ ପ୍ରବେଶ କରିବା ବେଳେ ପାର୍ଶ୍ୱ ଗ୍ରୀଲ୍‌ ତଡ଼ାଯାଇଥିବା ବେଳେ ହୁଣ୍ଡିବାକ୍ସ ଓଲଟି ପଡ଼ିଥିବା ଏବଂ ଆଲମିରା ତଡ଼ାଯାଇଥିବା ଦେଖିବାକୁ ପାଇଥିଲେ। ଏନେଇ ସେ ମନ୍ଦିର ପରିଚାଳନା କମିଟିକୁ ସୂଚନା ଦେଇଥିଲେ। ଖବର ପାଇ ମନ୍ଦିର କମିଟି ପରିଚାଳକ ରମା ପାଟ୍ଟଯୋଶୀ, ସମ୍ପାଦକ ଗୋପାଳକୃଷ୍ଣ ଦାସ ପ୍ରମୁଖ ପହଞ୍ଚିଥିଲେ। ଏନେଇ ପରିଚାଳକ ପାଟ୍ଟଯୋଶୀ କହିଛନ୍ତି, ଆଲମିରାରୁ ଶ୍ରୀରାଧା ପାଦ, ସେବାୟତ ଅରୂପ ମହାପାତ୍ର ବ୍ୟକ୍ତିଗତ ଭାବେ ରଖିଥିବା ୪ହଜାର ଟଙ୍କା ଏବଂ ହୁଣ୍ଡିବାକ୍ସ ଲୁଟି ନେଇଛନ୍ତି। ଏନେଇ ଥାନାରେ ଅଭିଯୋଗ କରାଯାଇଛି। ସେହିପରି ସମ୍ପାଦକ ଦାସ କହିଛନ୍ତି, ଏହି କ୍ଷେତ୍ର ଶ୍ରୀଜଗନ୍ନାଥ ସଂସ୍କୃତି, ଐତିହ୍ୟ ପରମ୍ପରା ସହ ଜଡ଼ିତ। ୧୫୭୫ରେ ପ୍ରଥମେ ମହାପ୍ରଭୁଙ୍କ ଏଠାରେ ନବକଳେବର ଅର୍ଥାତ୍‌ ବ୍ରହ୍ମ ପରିବର୍ତ୍ତନ ହୋଇଥିଲା। ଏହାକୁ ମହାପ୍ରଭୁଙ୍କ ଲୀଳାକ୍ଷେତ୍ରର ମାନ୍ୟତା ମିଳିଛି। ଏହା ଏକ ଐତିହାସିକ ମନ୍ଦିର ସତ୍ତ୍ୱେ ଏହାର ସୁରକ୍ଷା, ସଂରକ୍ଷଣ ପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ଇତିମଧ୍ୟରେ ଏହି ମନ୍ଦିରରୁ ଏହାକୁ ମିଶାଇ ୯ଥର ଚୋରି ହେଲାଣି। ଦୁଇବର୍ଷ ପୂର୍ବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀଦେବୀ, ଭୂଦେବୀ, ମଦନମୋହନ ଏବଂ ଅନ୍ୟ ଅଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଥିଲା। ବାରମ୍ବାର ଦାବି ସତ୍ୱେ ଏହାର ସୁରକ୍ଷା ପ୍ରତି ଅଣଦେଖା କରାଯାଉଛି ବୋଲି ସେ କହିଛନ୍ତି। ଅନ୍ୟପଟେ ଏଥିପ୍ରତି ଗୁରୁତ୍ୱ ଦିଆଯିବ ବୋଲି ସଦର ଏସ୍‌ଡିପିଓ ଦିଲୀପ ଦାସ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?