ସ୍କୁଲରୁ ଲଗାତର ଚୋରି, ଦୁର୍ବୃତ୍ତମାନଙ୍କୁ ଧରିବାରେ ପୋଲିସ ବିଫଳ

ଅମରପାଲି,୨୩ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ୍‌ ଅନ୍ତର୍ଗତ ବହଳପଦର କ୍ଲଷ୍ଟରର ଭାଲୁଡୁଙ୍ଗୁରୀ ସରକାରୀ ୟୁପି ସ୍କୁଲରେ ବାରମ୍ବାର ଚୋରି ହେଉଥିବାବେଳେ ଏ ପର୍ଯ୍ୟନ୍ତ ଦୁର୍ବୃତ୍ତମାନଙ୍କୁ ଧରିବାରେ ପୋଲିସ ବିଫଳ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ସ୍କୁଲରେ ସିସିଟିଭି ବ୍ୟବସ୍ଥା ସହ ରାତ୍ର ଜଗୁଆଳି ନିଯୁକ୍ତି କରିବାକୁ ସ୍କୁଲ ପରିଚାଳନା କମିଟି ଓ ଗ୍ରାମବାସୀ ଦାବି କରିଛନ୍ତି। ୧୯୬୦ ଡିସେମ୍ବର ୧୮ରେ ସ୍ଥାପିତ ଏହି ସ୍କୁଲରେ ୧ମରୁ ୪ର୍ଥ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ଆରମ୍ଭ ହୋଇଥିଲା। ବର୍ତ୍ତମାନ ବାଲ୍‌ ବାଟିକାରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୯ଟି ଶ୍ରେଣୀ ରହିଥିବାବେଳେ ଶତାଧିକ ଛାତ୍ରୀଛାତ୍ରଙ୍କ ପାଇଁ ମାତ୍ର ୩ ଜଣ ଶିକ୍ଷକ କାର୍ଯ୍ୟରତ ଅଛନ୍ତି। ସ୍କୁଲରେ ୫ଟି କୋଠରି ଥିଲେ ମଧ୍ୟ ଚାରିପଟେ ପାଚେରି ଅସମ୍ପୂର୍ଣ୍ଣ ଥିବାରୁ ଅସାମାଜିକ ବ୍ୟକ୍ତିମାନେ ସହଜରେ ପରିସରକୁ ପ୍ରବେଶ କରୁଥିବା ଅଭିଯୋଗ ହୋଇଛି।
ଜୁନ୍‌ ୧ରେ କେତେଜଣ ଦୁର୍ବୃତ୍ତ ସ୍କୁଲର ତାଲା ଓ କବାଟ ଭାଙ୍ଗି ଏକ ଏଲ୍‌ଇଡି ଟିଭି, ଏକ ଭେଣ୍ଡର ମେଶିନ, ୨ଟି ସିଲିଂ ପଙ୍ଖା ଓ ୪ ବସ୍ତା ଚାଉଳ ଚୋରି କରି ନେଇଥିଲେ। ଏ ନେଇ ପ୍ରଧାନଶିକ୍ଷକ ତ୍ରିମୁଖ ମୁଣ୍ଡା ସୁବଳୟା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳ ପରିଦର୍ଶନ କରିଥିଲେ ମଧ୍ୟ ଚୋରି ସାମଗ୍ରୀ ଉଦ୍ଧାର କିମ୍ବା ଦୁର୍ବୃତ୍ତଙ୍କୁ ଗିରଫ କରିପାରି ନାହିଁ। ଏହା ପୂର୍ବରୁ ୨୦୧୯ରେ ମଧ୍ୟ ସ୍କୁଲ କୋଠରିର ତାଲା ଭାଙ୍ଗି ଭିତରେ ମାଟି ଖୋଳି ରତ୍ନପଥର ଲୁଟ ହୋଇଥିଲା। ସେତେବେଳେ ପ୍ରଧାନ ଶିକ୍ଷୟିତ୍ରୀ ଭାର୍ଗବୀ ଭୋଇ ଥାନାରେ ଅଭିଯୋଗ କରିଥିଲେ। ସେହିପରି ୨୦୧୩ରେ ମଧ୍ୟ ସ୍କୁଲ ପରିସରରେ ମାଟି ଖୋଳି ରତ୍ନପଥର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ବାରମ୍ବାର ଚୋରି ଘଟୁଥିଲେ ମଧ୍ୟ ଦୁର୍ବୃତ୍ତ ଧରା ନ ପଡ଼ିବା ଏବଂ ଚୋରି ସାମଗ୍ରୀ ଉଦ୍ଧାର ନ ହେବା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠାଇଛି। ତେଣୁ ସ୍କୁଲର ସୁରକ୍ଷା ପାଇଁ ସିସିଟିଭି କ୍ୟାମେରା ସ୍ଥାପନ, ବାଉଣ୍ଡାରି ପାଚେରି କାମ ସମ୍ପୂର୍ଣ୍ଣ କରିବା ସହ ରାତ୍ର ଜଗୁଆଳି ନିଯୁକ୍ତି କରିବାକୁ ଅଞ୍ଚଳବାସୀ ଦୃଢ଼ ଦାବି କହିଛନ୍ତି। ଏ ନେଇ ସୁବଳୟା ଥାନା ଅଧିକାରୀ ପଞ୍ଚାନନ ନାୟକଙ୍କୁ ପଚାରିବାରୁ ତଦନ୍ତ ଚାଲିଛି ବୋଲି ସେ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?