ଶ୍ରୀମନ୍ଦିର ଦାନବାକ୍ସରୁ ଚୋରି

ପୁରୀ, ୨୯ା୭(ଅଜିତ ମହାନ୍ତି): ଶ୍ରୀମନ୍ଦିର ଦକ୍ଷିଣଦ୍ୱାର ନିକଟ ଭୀମଙ୍କ ପ୍ରତିମୂର୍ତ୍ତି ତଳେ ଥିବା ଦାନବାକ୍ସରୁ ଚୋରି ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଦାନବାକ୍ସକୁ କେହି ଦୁର୍ବୃତ୍ତ ତାଡ଼ି ବାକ୍ସରେ ଥିବା ଟଙ୍କା ଚୋରି କରିନେଇଥିବା ଶୁକ୍ରବାର ସକାଳେ ଜଣାପଡ଼ିଛି। ଖବର ପାଇ ସିଂହଦ୍ୱାର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। କଡ଼ା ସୁରକ୍ଷା ବ୍ୟବସ୍ଥା ତଥା ରାତିରେ ପୋଲିସ ମୁତୟନ ଥିବା ସତ୍ତ୍ୱେ ଏହି ଚୋରି ଘଟଣା ନେଇ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ପ୍ରତି ପୁଣି ପ୍ରଶ୍ନ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଦାନବାକ୍ସରୁ ଟଙ୍କା ଚୋରାଇ ନେବା ପରେ ଦୁର୍ବୃତ୍ତମାନେ ଶ୍ରୀମନ୍ଦିର ଭିତରବେଢ଼ା ନୃସିଂହ ମନ୍ଦିର ନିକଟରେ ଦାନବାକ୍ସକୁ ଫୋପାଡ଼ି ଦେଇଥିଲେ। ଶୁକ୍ରବାର ସକାଳୁ ଶ୍ରୀମନ୍ଦିର ଦ୍ୱାର ଫିଟାଯିବା ପରେ କେତେଜଣ ସେବାୟତଙ୍କ ନଜରକୁ ଏହା ଆସିଥିଲା। ସେମାନେ ଏ ସଂକ୍ରାନ୍ତରେ ଗାରଦରେ ଜଣାଇଥିଲେ। ପରେ ଶ୍ରୀମନ୍ଦିର ସୁରକ୍ଷା ଦାୟିତ୍ୱରେ ଥିବା ଜେଟିପି ଦାନବାକ୍ସକୁ ଆଣି ଗାରଦରେ ଜିମା ଦେଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଦାନବାକ୍ସରୁ ଚୋରି କରିବା ପରେ ଏହାକୁ ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଏହି ଘଟଣା ନେଇ ଭକ୍ତଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ବିଭିନ୍ନ ପ୍ରଶ୍ନ ଉଙ୍କି ମାରିଛି। ଶ୍ରୀମନ୍ଦିର ସର୍ବଦା କଡ଼ା ସୁରକ୍ଷା ବଳୟରେ ରହିଥାଏ। ଶ୍ରୀମନ୍ଦିର ପୋଲିସ ଏବଂ ଓଡ଼ିଶା ପୋଲିସ ପକ୍ଷରୁ ମନ୍ଦିର ପରିସର ଓ ବାହାରେ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦିଆଯାଉଛି। ସେହିପରି ଦାରୁଦିଅଁଙ୍କ ରାତ୍ର ପହୁଡ଼ ପରେ ଶ୍ରୀମନ୍ଦିର ପରିସରରୁ ସମସ୍ତ ଭକ୍ତଙ୍କୁ ବାହାରକୁ କଢାଯାଇ ଦ୍ୱାର ବନ୍ଦ କରାଯାଇଥାଏ। କେବଳ ଡ୍ୟୁଟିରେ ଥିବା ଶ୍ରୀମନ୍ଦିର ପୋଲିସ ଏବଂ ଓଡ଼ିିଶା ପୋଲିସ ମନ୍ଦିର ପରିସରରେ ରହିଥାନ୍ତି। ରାତିରେ ଶ୍ରୀମନ୍ଦିର ପରିସର ଓ ବାହାରେ ପୋଲିସ ନିୟୋଜିତ ଥିବା ସତ୍ତ୍ୱେ କିପରି ଚୋରି ହେଲା ଓ କେହି ଜାଣିପାରିଲେ ନାହିଁ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଘଟଣା ସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସକଙ୍କୁ ଅବଗତ କରାଯିବା ସହ ସିସିଟିଭି ଫୁଟେଜକୁ ଯାଞ୍ଚ କରାଯାଉଛି। ଶ୍ରୀମନ୍ଦିର ସୁରକ୍ଷା ଅଧିକାରୀ ଓ ସିଂହଦ୍ୱାର ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତିି। ଶ୍ରୀମନ୍ଦିର ପରିସରରୁ ଚୋରି ହେବା ଏହା ପ୍ରଥମ ଘଟଣା ନୁହେଁ। ପୂର୍ବରୁ ମଧ୍ୟ ମନ୍ଦିର ପରିସର, ଦକ୍ଷିଣଦ୍ୱାର ନିକଟ ରାମମନ୍ଦିର ଓ କୋଇଲିବୈକୁଣ୍ଠ ନିକଟ ସୁଆର ନିଯୋଗ କାର୍ଯ୍ୟାଳୟରୁ ଚୋରି ହୋଇଥିଲା। ଚୋରି ଘଟଣାରେ ଜଣେ ନାବାଳକ ସମ୍ପୃକ୍ତ ଥିଲେ। ଏପରିକି ଗତବର୍ଷ ଜଣେ ବ୍ୟକ୍ତି ଶ୍ରୀମନ୍ଦିର ରୋଷଘରେ ପଶି ଚୁଲିଗୁଡ଼ିକୁ ଭାଙ୍ଗିଦେଇଥିଲେ। ଏବେ ଦାନବାକ୍ସରୁ ଚୋରି ଘଟଣା ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ପ୍ରତି ଅଙ୍ଗୁଳି ଉଠାଇଛି। ଚୋରି ସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଥାନାରେ ଅଭିଯୋଗ କରାଯିବ ବୋଲି ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି। ସେହିପରି ସିଂହଦ୍ୱାର ଥାନା ଅଧିକାରୀ ଶ୍ୱେତପଦ୍ମା ଦାସ କହିଛନ୍ତି, ରାତି ୮ଟା ସୁଦ୍ଧା ଥାନାରେ କୌଣସି ଅଭିଯୋଗ ହୋଇ ନ ଥିଲେ ମଧ୍ୟ ପୋଲିସ ପକ୍ଷରୁ ଅନୁସନ୍ଧାନ ଚାଲିଛି। ଏହି ଘଟଣାରେ କାହାକୁ ଅଟକ ରଖାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri