ତାରାତାରିଣୀ ମନ୍ଦିରରୁ ଚୋରି ନେଇ ମନ୍ତ୍ରୀ-ବିଧାୟକଙ୍କ ତଦାରଖ, ଚୋରିକୁ ନେଇ ରାଜନୀତି କରିବା…

ପୁରୁଷୋତ୍ତମପୁର,୯ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ମା’ଙ୍କ ଅଳଙ୍କାରକୁ ଲୁଟି ନେଇଥିଲେ। ଏହାକୁ ନେଇ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଖଣି ଓ ପରିବହନ ମନ୍ତ୍ରୀ ବିଭୂତି ଜେନା,ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ରାଜ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡା, ଯୁବନେତା ସୀତାରାମ ପାଣିଗ୍ରାହୀ, ଜୟନାରାୟଣ ଦାଶ, ଜିଲା ସମ୍ପାଦକ ଅନିଲ କୁମାର ପଣ୍ଡା ପ୍ରମୁଖ ଶୁକ୍ରବାର ରାତିରେ ଆସି ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି। ଏହାସହ ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ଓ ପ୍ରଶାସନିକ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଯେପରି ମନ୍ଦିର ସୁରକ୍ଷା ରହିବ ସେଥିନେଇ ପଦକ୍ଷେପ ନେବାକୁ ପରାମର୍ଶମାନ ଦେଇଛନ୍ତି।
ଏହି ଅବସରରେ ମନ୍ତ୍ରୀ ଜେନା ମା’ଙ୍କ ମନ୍ଦିରରୁ ଚୋରି ହେବା ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରି କହିଛନ୍ତି ଯେ, ମନ୍ଦିରକୁ ନେଇ ହୀନ ରାଜନୀତି କରନ୍ତୁ ନାହିଁ। ବିରୋଧୀମାନେ କମିଟି ଆଳରେ ଆସି ଯେଉଁ ମନ୍ତବ୍ୟ ଦେଉଛନ୍ତି ତାହା ସାଧାରଣରେ ଗ୍ରହଣୀୟ ନୁହେଁ। ମା’ ଙ୍କ ଚୋରିଯିବାବେଳେ ଏହାକୁ ନେଇ ନାଟକବାଜି କରି ରାଜନୀତି କରିବା ଠିକ୍‌ ନୁହଁ। ମନ୍ଦିରର ସୁରକ୍ଷା ସମସ୍ତଙ୍କ ଦାୟିତ୍ୱ ଅଟେ। ବର୍ତ୍ତମାନ ଏଭଳି ବ୍ୟବସ୍ଥା କରାଯିବ। ଯେପରି ଭବିଷ୍ୟତରେ ଆଉ କେହି ଏଭଳି କାର୍ଯ୍ୟ କରିବାକୁ ସାହାସ କରିବେ ନାହିଁ। ସେଥିନେଇ ପଦକ୍ଷେପ ନିଆଯିବା ସହ ପୋଲିସ ପକ୍ଷରୁ ତଦନ୍ତ ଚାଲିଛି। ଖୁବ୍‌ଶୀଘ୍ର ଚୋରମାନେ ଧରାପଡ଼ିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍‌ଆଇଭି-ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍‌ଆଇଭି (HIV), ଏଡ୍‌ସ୍ ଏବଂ ଯକ୍ଷ୍ମା…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri