ଗଞ୍ଜାମ,୨୨।୬(ବିଦ୍ୟାଧର ସାହୁ )ରାଣୀବର ପାହାଡ଼ରୁ ମରମ ଚୋରି ହୋଇଥିବା ଅଭିଯୋଗ ହୋଇଛି l ଉକ୍ତ ଚୋରି ମରମ ଗଞ୍ଜାମ ବ୍ଲକ ରମ୍ଭା ଥାନା କାଠଗସ୍ଥିତ ପଠାଣ ବସାଠାରେ ହୋଇଥିବା ଜଣା ପଡିଛି l ମରମ ଚୋରି ଘଟଣାକୁ ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଅସ୍ବୀକାର କରିଛନ୍ତି l ତିରିଶ ଟ୍ରିପ ମରମ ନେବା ଲାଗି ଲାଉପୁଟ ଅଞ୍ଚଳର ଜଣେ ବ୍ୟକ୍ତି ତହସିଲ କାର୍ଯ୍ୟାଳୟରେ ରାଜସ୍ବ ବାବଦକୁ ରୟାଲିଟି ବାନ୍ଧିଛନ୍ତି। କିନ୍ତୁ ୩୦ ଟ୍ରିପ ବଦଳରେ ଅଧିକ ୫୦ ଟ୍ରିପ ମରମ ନେଇଯାଇଛନ୍ତି। ଆହୁରି ଅଧିକ ଟ୍ରିପର ମରମ ନେଇଛନ୍ତି ବୋଲି ସନ୍ଦେହ କରାଯାଉଛି। ଯାହାକୁ ନେଇ ତଦନ୍ତ ଚାଲିଛି। ରାଜସ୍ବ ବାବଦକୁ ଯେତିକି ଟଙ୍କା ପଡିବ ଉକ୍ତ ବ୍ୟକ୍ତିଙ୍କ ଠାରୁ ଆଦାୟ କରାଯିବ ବୋଲି ତହସିଲଦାର ନାୟକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l ଏଥିସହ ରୟାଲିଟି ବାନ୍ଧିଥିବା ବ୍ୟକ୍ତିଙ୍କ ବିନା ଅନ୍ୟ କୌଣସି ବ୍ୟକ୍ତି ସେଠାରୁ ମରମ ନେଇ ନାହାନ୍ତି ବୋଲି ସେ କହିଛନ୍ତି l ଅନ୍ୟପଟେ ମରମ ଚୋରି ଘଟଣାକୁ ନେଇ ଗଞ୍ଜାମ ବ୍ଲକ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି l
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

