ଷ୍ଟିମ୍‌ ପାଇପ ଫାଟି ଶ୍ରମିକ ଆହତ ଘଟଣା: କ୍ଷତିପୂରଣ ଦେବାକୁ ଶୁଣୁନି କମ୍ପାନୀ, ଆନ୍ଦୋଳନ ଜାରି

ଗଞ୍ଜାମ,୭ା୧୦(ଡି.ଏନ୍‌.ଏ.): ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ ମଙ୍ଗଳବାର ଷ୍ଟିମ୍‌ ପାଇପ ଫାଟି କମ୍ପାନୀ ଇଞ୍ଜିନିୟରଙ୍କ ସମେତ ତିନିଜଣ ଠିକା ଶ୍ରମିକ ଆହତ ହୋଇଥିଲେ। ବର୍ତ୍ତମାନ ଆହତ ଶଙ୍କର ରାଉଳଙ୍କ ଅବସ୍ଥା ଗୁରୁତର ଥିବାରୁ ସେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଶରୀରର ସମ୍ପୂର୍ଣ୍ଣ ଅଙ୍ଗ ପୋଡ଼ିଯାଇଛି l ସମସ୍ତ ଆହତଙ୍କୁ କ୍ଷତିପୂରଣ ପାଇଁ ସ୍ଥାନୀୟ ଅଞ୍ଚଳବାସୀ ତଥା ସର୍ବଦଳୀୟ ନେତାମାନେ କମ୍ପାନୀ କର୍ତ୍ତୃପକ୍ଷଙ୍କଠାରେ ଗୁରୁତରଙ୍କୁ ୫୦ ଲକ୍ଷ, ସମ୍ପର୍କୀୟଙ୍କୁ ନିଯୁକ୍ତି ଓ ଆହତଙ୍କୁ ୧୫ ଲକ୍ଷ ଟଙ୍କା ସହ ମାଗଣା ଚିକିତ୍ସା ଯୋଗାଇବା ପାଇଁ ଦାବି କରି ଆସୁଥିଲେ ସୁଦ୍ଧା କମ୍ପାନୀ କର୍ତ୍ତୃପକ୍ଷ ଦାବି ସମ୍ପର୍କରେ କର୍ଣ୍ଣପାତ କରୁନାହାନ୍ତି। ତେଣୁ ଏହି ଆନ୍ଦୋଳନ ଜାରି ରହିଥିବା ଜଣାପଡ଼ିଛି। ଏହି ଆନ୍ଦୋଳନରେ କମ୍ପାନୀ ରେକୋଗନାଇଜ ଏମ୍ପ୍ଲଏଜ୍‌ ୟୁନିୟନ ସେକ୍ରେଟାରୀ ରଞ୍ଜିତ ପ୍ରଧାନ, ଜୟଶ୍ରୀ ଶ୍ରମିକ ସଂଗଠନ ନେତା ଶ୍ୟାମା ରେଡ୍ଡୀ, ସେକ୍ରେଟାରୀ ଅର୍ଜୁନ ସାହୁ, ଶ୍ରମିକ ନେତା ବୃନ୍ଦାବନ ପଲେଇ,କୈଳାସ ପଲେଇ, ନୀଳାଞ୍ଚଳ ବାରିକ୍‌, ବିଜେଡି ନେତା ସୁଧୀର କୁମାର ପାଢ଼ୀ, ବଣିକ ସଂଘ ସଭାପତି ଗୌରୀ ଶଙ୍କର ବାରିକ୍‌, ଭାଜପା ନେତା ପ୍ରଶାନ୍ତ କର, ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ ନାୟକ, ପୂର୍ବତନ ବିଧାୟକ ଏନ ନାରାୟଣ ରେଡ୍ଡୀ, ଠିକା ଶ୍ରମିକ ସଂଗଠନ ନେତା ଜୟ କୃଷ୍ଣ ବାରିକ୍‌ ପ୍ରମୁଖ ସାମିଲ ଅଛନ୍ତି l କମ୍ପାନୀ କର୍ତ୍ତୃପକ୍ଷ ଦାବି ନ ଶୁଣିଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ଗଣମାଧ୍ୟମକୁ ସୂଚନା ମିଳିଛି। ସେଠାରେ ଉତ୍ତେଜନା ପରିସ୍ଥିତି ଥିବା ହେତୁ ଗଞ୍ଜାମ ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁଙ୍କ ନେତୃତ୍ୱରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri