‘କଂଗ୍ରେସ କ୍ଷମତାକୁ ଆସିଲେ କେନ୍ଦୁଝରରେ ଇସ୍ପାତ କାରଖାନା ହେବ’

କେନ୍ଦୁଝର,୧୬ା୧୧(ଡି.ଏନ୍‌.ଏ/ସ୍ବ.ପ୍ର): କ୍ରମାଗତ ଭାବେ ଶାସନରେ ଥିବା ସରକାର କେନ୍ଦୁଝର ଜିଲାକୁ ଅବହେଳା କରି ଆସୁଛନ୍ତି। ସ୍ଥାନୀୟ ବେକାର ଯୁବତୀ, ଯୁବକଙ୍କ ନିକଟରେ ନିଯୁକ୍ତି ନାହିଁ। ଓଡ଼ିଶାର ବିକାଶ ପାଇଁ କଂଗ୍ରେସ ହିଁ ଏକମାତ୍ର ବିକଳ୍ପ। କଂଗ୍ରେସ କ୍ଷମତାକୁ ଆସିଲେ କେନ୍ଦୁଝରଠାରେ ଏକ ବୃହତ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ। ଭାରତ ଯୋଡ଼ୋ ଯାତ୍ରା କେନ୍ଦୁଝରରେ ପହଞ୍ଚତ୍ବା ପରେ ମଙ୍ଗଳବାର ସ୍ଥାନୀୟ ତୈଳିକ ସମାଜ ମଣ୍ଡପରେ ଆୟୋଜିତ ଗଣମାଧ୍ୟମ ସମ୍ମିଳନୀରେ ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସଭାପତି ଶରତ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି।
କେନ୍ଦୁଝରରେ ଯାତ୍ରା ପହଞ୍ଚତ୍ବା ପରେ ଜିଲା କଂଗ୍ରେସ ସଭାପତି ବିପ୍ଳବ ମିଶ୍ରଙ୍କ ନେତୃତ୍ୱରେ ୨ ହଜାରରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀଙ୍କୁ ନେଇ ଭାରତ ଯୋଡ଼ୋ ପଦଯାତ୍ରା ସହର ପରିକ୍ରମା କରିଥିଲା। ଦେଶରେ ଦେଖା ଦେଇଥିବା ଦୁର୍ନୀତି, ଭ୍ରଷ୍ଟାଚାର, ବେକାରୀ, ଦରଦାମ ବୃଦ୍ଧି, ଭୁଶୁଡ଼ି ପଡ଼ିଥିବା ଅର୍ଥନୀତି ଓ ସର୍ବୋପରି ଗଣତନ୍ତ୍ର ଓ ସାମ୍ବିଧାନିକ ଅନୁଷ୍ଠାନମାନଙ୍କୁ ରକ୍ଷା କରିବା ଉଦ୍ଦେଶ୍ୟରେ ଯାତ୍ରା ବୋଲି କଂଗ୍ରେସ ନେତାମାନେ କହିଥିଲେ। ପଦଯାତ୍ରାରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପୂର୍ବତନ ବିଧାୟକ ଭୂଜବଳ ମାଝୀ, ପିସିସିର ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଗଣେଶ୍ୱର ବେହେରା, ନବଜ୍ୟୋତି ପଟ୍ଟନାୟକ, ମହିଳା କଂଗ୍ରେସର ରାଜ୍ୟ ସଭାନେତ୍ରୀ ବନ୍ଦିତା ପରିଡ଼ା, ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପିସିସି ସମ୍ପାଦକ ସଂଗ୍ରାମ ଦାସ, ଭାରତ ଯୋଡ଼ୋ କାର୍ଯ୍ୟକ୍ରମ ଜିଲା ସଂଯୋଜକ ଉତ୍ତମ ସାହୁ, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ସଙ୍ଗୀତା ସିଂ, ଯୁବ କଂଗ୍ରେସ ସଭାପତି ସୁନେଶ ଧିର, ଛାତ୍ର କଂଗ୍ରେସ ସଭାପତି ଶୁଭମ ରାଜଙ୍କ ସମେତ ପ୍ରଦେଶ କଂଗ୍ରେସର ବହୁ ନେତା ଓ ନେତ୍ରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri