ସିବିଆଇର ଷ୍ଟାପ୍‌ କେୟାର ପ୍ରୋଗ୍ରାମ

ଭୁବନେଶ୍ୱର,୨୯।୬: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ସିବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଏକ ‘ଷ୍ଟାପ୍‌ କେୟାର ପ୍ରୋଗ୍ରାମ’ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ପୂର୍ବତନ ବରିଷ୍ଠ ଅଧିକାରୀମାନଙ୍କର ଏକ ସୌଜନ୍ୟମୂଳକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ଶ୍ରୀଶ କୁମାର ଶର୍ମା ଉକ୍ତ ବୈଠକରେ ଅଧ୍ୟକ୍ଷତା କରିଥିଲାବେଳେ ଉପ-କ୍ଷେତ୍ରୀୟ ମୁଖ୍ୟ ସୁରେଶ ଚନ୍ଦ୍ର ଏବଂ ମୁଖ୍ୟ ପ୍ରବନ୍ଧକ ବି.କେ.ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଅପରପକ୍ଷରେ ପୂର୍ବତନ ଅଧିକାରୀମାନଙ୍କ ଅଭିଜ୍ଞତାରୁ କିଛି ଶିଖିବା ଓ ତାହାକୁ ଦୈନନ୍ଦିନ କାର୍ଯ୍ୟରେ ବିନିଯୋଗ କରିବା ଥିଲା ଏହି ପ୍ରୋଗ୍ରାମ ବା ବୈଠକର ମୂଳଲକ୍ଷ୍ୟ। ଏଥିରେ ଉପସ୍ଥିତ ସମସ୍ତ ଅଧିକାରୀ ଗୋଟିଏ ପରିବାରର ସଦସ୍ୟ ହୋଇଥିବାରୁ ବ୍ୟବସାୟିକ ଅଭିବୃଦ୍ଧିରେ ଆବଶ୍ୟକ ସହଯୋଗ କରିବାକୁ କ୍ଷେତ୍ରୀୟ ପ୍ରବନ୍ଧକ ଶ୍ରୀଶ ଶର୍ମା ସମସ୍ତଙ୍କୁ ଅନୁରୋଧ କରିଥିଲେ। ଏହି ଅଧିବେଶନଟି ଭାବାନୁପ୍ରଦାନ ସମ୍ପନ୍ନ ହୋଇଥିଲାବେଳେ ବ୍ୟାଙ୍କର ବରିଷ୍ଠ ଅଧିକାରୀମାନେ ନିଜ ନିଜର ମତାମତ ଦେବା ସହ ବ୍ୟାଙ୍କର ବ୍ୟବସାୟିକ ବିକାଶ ଉପରେ ସେମାନଙ୍କର ପରାମର୍ଶ ମଧ୍ୟ ଦେଇଥିଲେ। ସେହିପରି ପୁନର୍ବାର ସାକ୍ଷାତ ହେବାର ଆଶା ସହିତ କାର୍ଯ୍ୟକ୍ରମର ପରିସମାପ୍ତି ହୋଇଥିଲା। ଏହି ଅବସରରେ ବ୍ୟାଙ୍କର ପୂର୍ବତନ ମହାପ୍ରବନ୍ଧକ ଡି.ଡି. ନାଏକ, ପୂର୍ବତନ ଉପ-ମହାପ୍ରବନ୍ଧକ ପି.କେ. ମହାନ୍ତିଙ୍କ ସମେତ ଅନ୍ୟାନ୍ୟ ଅଧିକାରୀଗଣ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri