ଶାରିଶୂଆକୁ ସଜେଇବାକୁ ନିଆଗଲା ପଦକ୍ଷେପ : ସ୍ଥାନ ଅନୁଧ୍ୟାନ ପାଇଁ ପହଞ୍ଚିଲେ ଇଞ୍ଜିନିୟରିଂ ଟିମ୍‌

ଖଇରା, ୨୯।୮(ଡି.ଏନ.ଏ)-ବଦଳିବ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ସୌନ୍ଦର୍ଯ୍ୟ। ଖଣି ମାଫିଆମାନଙ୍କ ଲୋଲୁପ ଦୃଷ୍ଟିରୁ ବାହାରି ଏବେ ପର୍ଯ୍ୟଟକମାନଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବାକୁ ଯାଉଛି ା ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ନେତୃତ୍ୱରେ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଆର୍କିଟେକ୍ଚର ଏବଂ ଇଂଜିନିୟରିଂ ଟିମ୍‌ ତଥା ବନ ବିଭାଗର ଏକ ଟିମ ଶୁକ୍ରବାର ଶାରୀଶୂଆ ପାହାଡ କପିଳଝୁରୀ ବନ୍ଧନଟାରେ ଥିବା ଜଳ ପ୍ରପାତ ଅଞ୍ଚଳକୁ ବୁଲି ଦେଖିବା ସହ ପ୍ରକଳ୍ପ ନିର୍ମାଣ ପାଇଁ ପ୍ରାଥମିକ ଖସଡା ପ୍ରସ୍ତୁତ କରିଥିଲେ ା ମନ୍ତ୍ରୀ ପାଣିଗ୍ରାହୀଙ୍କ ସହ ଅତିରିକ୍ତ ଜିଲାପାଳ ସମ୍ବିତ ନାୟକ, ଡିଏଫ୍‌ଓ ବିଶ୍ୱରାଜ ପଣ୍ଡା, ଖଇରା ତହସିଲଦାର ପ୍ରଦୀପ କୁମାର ସାହୁ, ବ୍ଲକ ଉପାଧ୍ୟକ୍ଷ ଜୟନ୍ତ କୁମାର ରାଉତ, କୁପାରୀ ସରପଞ୍ଚ ଭବଜ୍ୟୋତ୍ସା ନାୟକ, ଗଡପୋଖରୀ ସରପଞ୍ଚ ଗଜେନ୍ଦ୍ର ପରିଡା,ଜିଲା ପରିଷଦ ସଭ୍ୟା କଳ୍ପନା ନାଇକ ପ୍ରମୁଖ ଉପସ୍ଥିତ ଥିଲେ ା ଏ ସମ୍ପର୍କରେ ମନ୍ତ୍ରୀ ପାଣିଗ୍ରାହୀଙ୍କୁ ଯୋଗାଯୋଗ କରିବାରେ ସିମୁଳିଆ ଖଇରା ନିର୍ବାଚନ ମଣ୍ଡଳୀରେ ବିକାଶକୁ ସେ ପ୍ରାଥମିକତା ଦେଇଆସିଛନ୍ତି ା ଏଣୁ ଏହି ଜଳପ୍ରପାତକୁ ଉନ୍ନତି କରାଯାଇପାରିଲେ ଓଡିଶାରେ ଏହା ଏକ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ପାଲଟିବ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri