ଭୁବନେଶ୍ୱର,୧୪।୯(ସୁନିତ୍ ମିଶ୍ର)ଓଡ଼ିଶା ସ୍ବଳ୍ପ ସଞ୍ଚୟ ନିର୍ଦ୍ଦେଶାଳୟ ଅର୍ଥ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସ୍ବଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା ଏ.ଟି. ସିରିଜ୍ ଉଠାଣ ସୂଚନା ଭବନଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ ପ୍ରତ୍ୟେକ ବ୍ୟକ୍ତି ପାଇଁ ସଞ୍ଚୟର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଜନସାଧାରଣଙ୍କୁ ସୁରକ୍ଷିତ ଜମା ଯୋଜନା ପ୍ରତି ଆକର୍ଷିତ କରିବା ପାଇଁ ସ୍ବଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା ଏକ ଅଭିନବ ପ୍ରୟାସ। ସ୍ବଳ୍ପ ସଞ୍ଚୟ ଯୋଜନା ଭଳି ସରକାରୀ ଯୋଜନା ଉପରେ ଜନସାଧାରଣଙ୍କ ଅତୁଟ ଆସ୍ଥା ଓ ବିଶ୍ୱାସ ରହିଥିବାବେଳେ ପ୍ରତ୍ୟେକ ବ୍ୟକ୍ତି ଏବଂ ତାଙ୍କ ପରିବାରର ଭବିଷ୍ୟତ ଆବଶ୍ୟକତା ପୂରଣ ପାଇଁ ଏହି ସୁରକ୍ଷିତ ସରକାରୀ ଜମାରେ ଅର୍ଥ ସଞ୍ଚୟ କରିବାକୁ ସେ ପରାମର୍ଶ ଦେଇଛନ୍ତି। ରାଜ୍ୟର ବ୍ୟାଙ୍କ ନ ଥିବା ସମସ୍ତ ଗ୍ରାମପଞ୍ଚାୟତରେ ଏହାର ଶାଖା ଖୋଲିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ମନ୍ତ୍ରୀ ଆରୁଖ କହିଛନ୍ତି। ସମ୍ମାନିତ ଅତିଥି ଭାବେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ ଯୋଗଦେଇ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଓ ସାକ୍ଷରତା ଅଭିଯାନର ସଫଳତା ପାଇଁ ସ୍ବଳ୍ପ ସଞ୍ଚୟ ଏବଂ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନିମନ୍ତେ ଅଧିକାରୀମାନେ ନିଷ୍ଠାର ସହ କାର୍ଯ୍ୟ କରିବା ଲାଗି ପରାମର୍ଶ ଦେଇଛନ୍ତି। ଉକ୍ତ ଉଠାଣରେ ୨୭୭୧ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ୮ଟି ବର୍ଗରେ ସର୍ବାଧିକ ୫ ଲକ୍ଷ ଏବଂ ସର୍ବନିମ୍ନ ୪ ହଜାର ଟଙ୍କା ହିସାବରେ ସମୁଦାୟ ଦେଢ଼କୋଟି ଟଙ୍କା ମୂଲ୍ୟର ପୁରସ୍କାର ରାଶି ପ୍ରୋତ୍ସାହନ ସ୍ବରୂପ ପ୍ରଦାନ କରାଯିବା ବ୍ୟବସ୍ଥା ଅଛି।
ବ୍ୟାଙ୍କ ନ ଥିବା ପଞ୍ଚାୟତରେ ଶାଖା ଖୋଲିବାକୁ ପଦକ୍ଷେପ ନିଆଯାଇଛି: ଅର୍ଥମନ୍ତ୍ରୀ
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍ଦବା ? ରହିଛି ଅନେକ ସ୍ବାର୍ଥ
ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍ଫାୟାର୍) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…
ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
Archives

