ଡିଇଓ ପଦବୀର ସ୍ଥାୟିତ୍ୱକୁ ନେଇ ପଦକ୍ଷେପ

ଯାଜପୁର ଅଫିସ,୧୧।୧୨: ଯାଜପୁର ଜିଲାର ବିଭିନ୍ନ ପ୍ରାଥମିକ କୃଷି ସେବା ସମବାୟ ସମିତି(ପ୍ୟାକ୍ସ)ରେ କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟର(ଡିଇଓ) ପଦବୀର ସ୍ଥାୟିତ୍ୱ ନେଇ ବିଭାଗୀୟ ପଦକ୍ଷେପ ଆରମ୍ଭ ହୋଇଛି। ଏହି ମର୍ମରେ ସମବାୟ ମନ୍ତ୍ରୀଙ୍କୁ ଜିଲାର ବିଞ୍ଝାରପୁର ବ୍ଲକ ଡିଇଓମାନଙ୍କ ଦରଖାସ୍ତ ଉପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୧ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଗତ ୭ା୧୨ା୨୦୨୦ରେ ରାଜ୍ୟ ସମବାୟ ସମିତି ନିବନ୍ଧକ(ଆରସିଏସ୍‌)ଙ୍କ କାର୍ଯ୍ୟାଳୟରୁ ଡେପୁଟି ରେଜିଷ୍ଟ୍ରାର(କ୍ରେଡିଟ୍‌) ନିର୍ଦ୍ଦେଶ ଜାରି କରିଛନ୍ତି।
ସୂଚନାଯୋଗ୍ୟ, ତା୯ା୧୧ା୨୦୨୦ରିଖରେ ବିଞ୍ଝାରପୁର ବ୍ଲକର ଡିଇଓମାନେ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କ ଜରିଆରେ ସମବାୟ ବିଭାଗ ମନ୍ତ୍ରୀଙ୍କୁ ସେମାନଙ୍କ ପଦବୀ ସ୍ଥାୟିତ୍ୱକୁ ନେଇ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଥିଲେ। ଏହି ଦାବିପତ୍ର ଉପରେ ବିଧାୟିକା ମଲ୍ଲିକ ତା୧୧ା୧୧ା୨୦୨୦ରିଖରେ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଏହାପରେ ସମବାୟ ବିଭାଗ ଅଧୀନ ସଚିବ ଡି.କେ. ମହାନ୍ତି ଗତ ୨୦ା୧୧ା୨୦୨୦ରେ ଆରସିଏସ୍‌ଙ୍କୁ ପତ୍ର ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଆଧାରରେ ଯାଜପୁର ମଣ୍ଡଳ ସହକାରୀ ନିବନ୍ଧକ ସମବାୟ ସମିତି ସମୂହ (ଏଆରସିଏସ୍‌)ଙ୍କୁ ଡିଇଓ ପଦବୀ ସ୍ଥାୟିତ୍ୱ ଉପରେ ଜବାବ ତଲବ କରିଛନ୍ତି।
ଡିଇଓମାନଙ୍କ ପକ୍ଷରୁ ଦାବିପତ୍ରରେ ଦର୍ଶାଯାଇଛି ଯେ, ୨୦୧୪-୧୫ ମସିହାରେ ସରକାରଙ୍କ ଦ୍ୱାରା ନିର୍ବାଚିତ ହୋଇଥିବା ସମିତିର ପରିଚାଳନା ପରିଷଦର ସଦସ୍ୟା/ସଦସ୍ୟମାନଙ୍କ ଦ୍ୱାରା ବିବେଚିତ ହୋଇ ପ୍ୟାକ୍ସରେ କମ୍ପ୍ୟୁଟରୀକରଣ କାର୍ଯ୍ୟ କରି ଆସୁଛନ୍ତି। କୃଷକ ପଞ୍ଜୀକରଣ, ଧାନ ସଂଗ୍ରହ, ପ୍ରଧାନମନ୍ତ୍ରୀ କୃଷି ବୀମା ଯୋଜନା, ମଞ୍ଜି ଓ ସାର ବିକ୍ରି ଆଦି କାର୍ଯ୍ୟ ସମ୍ପାଦନ କରି ଆସୁଛନ୍ତି। ତଥାପି ଡିଇଓମାନଙ୍କ ଭବିଷ୍ୟତ ଅନ୍ଧକାର ଭିତରେ ଗତି କରୁଛି। ଦୈନନ୍ଦିନ ପାରିଶ୍ରମିକ ବାବଦକୁ ପାଉଥିବା ଅର୍ଥରାଶି, ଆଜିର ସମୟରେ ନିଜର ଆବଶ୍ୟକତା ତଥା ପରିବାର ପ୍ରତିପୋଷଣରେ ସମସ୍ୟା ହେଉଛି। ତେଣୁ ଡିଇଓମାନଙ୍କ ସ୍ଥାୟିତ୍ୱ ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସେମାନେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?