ଡିଇଓ ପଦବୀର ସ୍ଥାୟିତ୍ୱକୁ ନେଇ ପଦକ୍ଷେପ

ଯାଜପୁର ଅଫିସ,୧୧।୧୨: ଯାଜପୁର ଜିଲାର ବିଭିନ୍ନ ପ୍ରାଥମିକ କୃଷି ସେବା ସମବାୟ ସମିତି(ପ୍ୟାକ୍ସ)ରେ କାର୍ଯ୍ୟରତ ଡାଟା ଏଣ୍ଟ୍ରି ଅପରେଟର(ଡିଇଓ) ପଦବୀର ସ୍ଥାୟିତ୍ୱ ନେଇ ବିଭାଗୀୟ ପଦକ୍ଷେପ ଆରମ୍ଭ ହୋଇଛି। ଏହି ମର୍ମରେ ସମବାୟ ମନ୍ତ୍ରୀଙ୍କୁ ଜିଲାର ବିଞ୍ଝାରପୁର ବ୍ଲକ ଡିଇଓମାନଙ୍କ ଦରଖାସ୍ତ ଉପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୧ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଗତ ୭ା୧୨ା୨୦୨୦ରେ ରାଜ୍ୟ ସମବାୟ ସମିତି ନିବନ୍ଧକ(ଆରସିଏସ୍‌)ଙ୍କ କାର୍ଯ୍ୟାଳୟରୁ ଡେପୁଟି ରେଜିଷ୍ଟ୍ରାର(କ୍ରେଡିଟ୍‌) ନିର୍ଦ୍ଦେଶ ଜାରି କରିଛନ୍ତି।
ସୂଚନାଯୋଗ୍ୟ, ତା୯ା୧୧ା୨୦୨୦ରିଖରେ ବିଞ୍ଝାରପୁର ବ୍ଲକର ଡିଇଓମାନେ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କ ଜରିଆରେ ସମବାୟ ବିଭାଗ ମନ୍ତ୍ରୀଙ୍କୁ ସେମାନଙ୍କ ପଦବୀ ସ୍ଥାୟିତ୍ୱକୁ ନେଇ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଥିଲେ। ଏହି ଦାବିପତ୍ର ଉପରେ ବିଧାୟିକା ମଲ୍ଲିକ ତା୧୧ା୧୧ା୨୦୨୦ରିଖରେ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଏହାପରେ ସମବାୟ ବିଭାଗ ଅଧୀନ ସଚିବ ଡି.କେ. ମହାନ୍ତି ଗତ ୨୦ା୧୧ା୨୦୨୦ରେ ଆରସିଏସ୍‌ଙ୍କୁ ପତ୍ର ଲେଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଆଧାରରେ ଯାଜପୁର ମଣ୍ଡଳ ସହକାରୀ ନିବନ୍ଧକ ସମବାୟ ସମିତି ସମୂହ (ଏଆରସିଏସ୍‌)ଙ୍କୁ ଡିଇଓ ପଦବୀ ସ୍ଥାୟିତ୍ୱ ଉପରେ ଜବାବ ତଲବ କରିଛନ୍ତି।
ଡିଇଓମାନଙ୍କ ପକ୍ଷରୁ ଦାବିପତ୍ରରେ ଦର୍ଶାଯାଇଛି ଯେ, ୨୦୧୪-୧୫ ମସିହାରେ ସରକାରଙ୍କ ଦ୍ୱାରା ନିର୍ବାଚିତ ହୋଇଥିବା ସମିତିର ପରିଚାଳନା ପରିଷଦର ସଦସ୍ୟା/ସଦସ୍ୟମାନଙ୍କ ଦ୍ୱାରା ବିବେଚିତ ହୋଇ ପ୍ୟାକ୍ସରେ କମ୍ପ୍ୟୁଟରୀକରଣ କାର୍ଯ୍ୟ କରି ଆସୁଛନ୍ତି। କୃଷକ ପଞ୍ଜୀକରଣ, ଧାନ ସଂଗ୍ରହ, ପ୍ରଧାନମନ୍ତ୍ରୀ କୃଷି ବୀମା ଯୋଜନା, ମଞ୍ଜି ଓ ସାର ବିକ୍ରି ଆଦି କାର୍ଯ୍ୟ ସମ୍ପାଦନ କରି ଆସୁଛନ୍ତି। ତଥାପି ଡିଇଓମାନଙ୍କ ଭବିଷ୍ୟତ ଅନ୍ଧକାର ଭିତରେ ଗତି କରୁଛି। ଦୈନନ୍ଦିନ ପାରିଶ୍ରମିକ ବାବଦକୁ ପାଉଥିବା ଅର୍ଥରାଶି, ଆଜିର ସମୟରେ ନିଜର ଆବଶ୍ୟକତା ତଥା ପରିବାର ପ୍ରତିପୋଷଣରେ ସମସ୍ୟା ହେଉଛି। ତେଣୁ ଡିଇଓମାନଙ୍କ ସ୍ଥାୟିତ୍ୱ ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସେମାନେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri