Posted inଖେଳ

ସଚିନ, କୋହଲିଙ୍କୁ ପଛରେ ପକାଇଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ସିଡନୀ,୮।୧: ଅଷ୍ଟ୍ରେଲିଆର ତାରକା ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ତାଙ୍କର ୨୭ତମ ଟେଷ୍ଟ ଶତକ ହାସଲ କରି ଫର୍ମକୁ ଫେରିଛନ୍ତି। ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଉଥିବା ତୃତୀୟ ଟେଷ୍ଟ ମ୍ୟାଚରେ ଷ୍ଟିଭ ସ୍ମିଥ ପ୍ରଥମ ଇନିଂସରେ ଚମତ୍କାର ଶତକ ହାସଲ କରି ଫର୍ମକୁ ଫେରିଛନ୍ତି। ଷ୍ଟିଭ ସ୍ମିଥ ତାଙ୍କର ୨୭ ତମ ଟେଷ୍ଟ ଶତକ ମାରଛନ୍ତି। ସ୍ମିଥ ୧୪ଇନିଂସ ପରେ ଟେଷ୍ଟରେ ଶତକ ହାସଲ କରିଛନ୍ତି। ଏହାପୂର୍ବରୁ ସେ ସେପ୍ଟେମ୍ବର ୪ ୨୦୧୯ରେ ଇଂଲଣ୍ଡ ବିପକ୍ଷରେ ମଞ୍ଚେଷ୍ଟରରେ ୨୧୧ ରନ ସ୍କୋର କରିଥିଲେ। ଡନ ବ୍ରାଡମ୍ୟାନଙ୍କ ପରେ ଷ୍ଟିଭ ସ୍ମିଥ ଦ୍ରୁତତମ ୨୭ ଟେଷ୍ଟ ଶତକ ହାସଲ କରିଛନ୍ତି। ଡନ ବ୍ରାଡମ୍ୟାନ ୭୦ ଇନିଂସରେ ଦ୍ରୁତତମ ୨୭ ଟେଷ୍ଟ ଶତକ ହାସଲ କରିଥିଲେ। ଏହି ପରିପ୍ରେକ୍ଷୀରେ ସ୍ମିଥ ସଚିନ ଏବଂ କୋହଲିଙ୍କୁ ମଧ୍ୟ ପଛରେ ପକାଇଛନ୍ତି। ସଚିନ ଏବଂ କୋହଲି ୧୪୧ ଇନିଂସରେ ଏହି ରେକର୍ଡ ସ୍ଥାପନ କରିଛନ୍ତି। ଭାରତ ବିପକ୍ଷ ଚାରି ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଦୁଇଟି ଟେଷ୍ଟରେ ଷ୍ଟିଭ ସ୍ମିଥ ବିଫଳ ଥିଲେ। ଟିମ ଇଣ୍ଡିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଷ୍ଟିଭ ସ୍ମିଥ ୧ ଓ ଅପରାଜିତ ୧ ସ୍କୋର କରିଥିଲେ। ଏଥି ସହିତ ମେଲବୋନର୍ର୍ରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ୦ ଏବଂ ୮ ରନ ଖେଲିଥିଲି। ଏହିପରି, ଷ୍ଟିଭ ସ୍ମିଥ ଦୁଇଟି ଟେଷ୍ଟର ଚାରି ଇନିଂସରେ ମୋଟ ୧୦ ରନ କରିଥିଲେ। ସ୍ମିଥଙ୍କ ବ୍ୟାଟ ପୂର୍ବରୁ ଏତେ ଚୁପ ହୋଇ ନ ଥିଲା।

ଭାରତ ବନାମ ଅଷ୍ଟ୍ରେଲିଆ
ଟେଷ୍ଟ କ୍ରିକେଟରେ ୨୭ ଶତକ ହାସଲ କରିବାରେ ଦ୍ରୁତତମ ବ୍ୟାଟ୍ସମ୍ୟାନ
ଡନ ବ୍ରାଡମ୍ୟାନ – ୭୦
ଷ୍ଟିଭ ସ୍ମିଥ -୧୩୬
ବିରାଟ କୋହଲି – ୧୪୧
ସଚିନ ତେନ୍ଦୁଲକର – ୧୪୧
ସୁନୀଲ ଗାଭାସ୍କର – ୧୫୪
ମାଥ୍ୟୁ ହେଡେନ – ୧୫୭


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri