Posted inଖେଳ

ରାହୁଲ ଦ୍ରାବିଡ଼ଙ୍କୁ ପଛରେ ପକାଇଲେ ଷ୍ଟିଭ୍ ସ୍ମିଥ, ଏବେ ନଜର ଡନ୍ ବ୍ରାଡମ୍ୟାନ୍‌ଙ୍କ ରେକର୍ଡ ଉପରେ

ନୂଆଦିଲ୍ଲୀ,୬।୧: ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟର ଅଧିନାୟକ ଷ୍ଟିଭ୍ ସ୍ମିଥ୍ ଟେଷ୍ଟ କ୍ରିକେଟରେ ଏକ ନୂତନ ଇତିହାସ ରଚିଛନ୍ତି। ମେଲବର୍ଣ୍ଣଠାରେ ଚାଲିଥିବା ଆସେସ୍ ସିରିଜର ଚତୁର୍ଥ ଟେଷ୍ଟରେ ସ୍ମିଥ୍ ଭାରତର ପୂର୍ବତନ ଅଧିନାୟକ ରାହୁଲ ଦ୍ରାବିଡ଼ଙ୍କୁ ପଛରେ ପକାଇ ସର୍ବାଧିକ ଟେଷ୍ଟ କ୍ୟାଚ୍ ଧରିବା କ୍ଷେତ୍ରରେ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି। ଏହାସହ ସେ ନିଜର ୩୭ତମ ଟେଷ୍ଟ ଶତକ ହାସଲ କରି ଡନ୍ ବ୍ରାଡମ୍ୟାନ୍‌ଙ୍କ ରେକର୍ଡ ଅଭିମୁଖେ ଆଗକୁ ବଢ଼ୁଛନ୍ତି।

ମେଲବର୍ଣ୍ଣ ଟେଷ୍ଟରେ ସ୍ମିଥ୍ ବ୍ୟାଟିଂରେ ବିଶେଷ ସଫଳତା ପାଇନଥିଲେ ମଧ୍ୟ ଫିଲ୍ଡିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଇଂଲଣ୍ଡର ପ୍ରଥମ ଇନିଂସରେ ଦୁଇଟି କ୍ୟାଚ୍ ଧରିବା ସହ ଟେଷ୍ଟ କ୍ରିକେଟରେ ତାଙ୍କର ମୋଟ କ୍ୟାଚ୍ ସଂଖ୍ୟା ୨୧୨ରେ ପହଞ୍ଚିଛି। ଏହା ପୂର୍ବରୁ ରାହୁଲ ଦ୍ରାବିଡ଼ ୨୧୦ଟି କ୍ୟାଚ୍ ସହ ଦ୍ୱିତୀୟ ସ୍ଥାନରେ ଥିଲେ। ବର୍ତ୍ତମାନ ସ୍ମିଥଙ୍କ ଆଗରେ କେବଳ ଇଂଲଣ୍ଡର ଜୋ ରୁଟ୍ (୨୧୪ କ୍ୟାଚ୍) ରହିଛନ୍ତି।

ଷ୍ଟିଭ୍ ସ୍ମିଥ୍ ନିକଟରେ ନିଜର ୩୭ତମ ଟେଷ୍ଟ ଶତକ ପୂରଣ କରିଛନ୍ତି। ଏହି ମାଇଲଖୁଣ୍ଟ ଛୁଇଁବାରେ ସେ ସଚିନ ତେନ୍ଦୁଲକରଙ୍କ ଠାରୁ ମଧ୍ୟ ଦ୍ରୁତତର ହୋଇଛନ୍ତି। ଆସେସ୍ ଇତିହାସରେ ସର୍ବାଧିକ ଶତକ ମାମଲାରେ ସେ ବର୍ତ୍ତମାନ ଡନ୍ ବ୍ରାଡମ୍ୟାନ୍‌ଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ବ୍ରାଡମ୍ୟାନ୍‌ଙ୍କ ନାମରେ ୧୯ଟି ଆସେସ୍ ଶତକ ଥିବାବେଳେ ସ୍ମିଥ୍ ଏବେ ୧୩ଟି ଶତକ ହାସଲ କରି ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri