Posted inଖେଳ

୩୨ ଶତକ ସହ ଷ୍ଟିଭ୍‌ ଓ୍ବଙ୍କ ସମକକ୍ଷ ହେଲେ ସ୍ମିଥ୍‌

ଲଣ୍ଡନ,୩୦ା୬: ଲଡର୍‌ସରେ ଅନୁଷ୍ଠିତ ଦ୍ୱିତୀୟ ଆଶେସ୍‌ ଟେଷ୍ଟରେ ଶତକ ହାସଲ କରିଛନ୍ତି ଷ୍ଟିଭ୍‌ ସ୍ମିଥ୍‌। ୩୨ ତମ ଶତକ ସହିତ ଷ୍ଟିଭ୍‌ ଓ୍ବଙ୍କ ସମକକ୍ଷ ହୋଇଥିବା ସ୍ମିଥ୍‌ଙ୍କ ୧୧୦ ରନ୍‌ ବଳରେ ଅଷ୍ଟ୍ରେଲିଆ ୪୧୬ ରନ୍‌ କରିଛି। ପ୍ରଥମ ଦିନର ଅସମାପ୍ତ ସ୍କୋର ୩୩୯/୫ରୁ ଖେଳ ଆରମ୍ଭ କରି ଅଷ୍ଟ୍ରେଲିଆ ୪୧୬ ରନ୍‌ରେ ସମସ୍ତ ଉଇକେଟ ହରାଇଥିଲା। ୧୮୪ ବଲ୍‌ ଖେଳି ୧୫ ଚୌକା ମାରିବା ସହିତ ସ୍ମିଥ୍‌ ୧୧୦ ରନ୍‌ କରିଥିଲେ। ତେବେ ଇଂଲଣ୍ଡ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଏକଦା ୫୦୦ ରନ୍‌ କରିବା ସ୍ଥିତିରେ ଥିବା ଅଷ୍ଟ୍ରେଲିଆ ୪୧୬ରେ ସୀମିତ ରହିଥିଲା। ଅନ୍ୟମାନଙ୍କ ମଧ୍ୟରେ ଆଲେକ୍ସ କେରୀ ୨୨ ଓ ପ୍ୟାଟ କୁମିନ୍ସ ୨୨* ରନ୍‌ କରିଥିଲେ। ଇଂଲଣ୍ଡ ପକ୍ଷରୁ ଜୋଶ ଟଙ୍ଗ ଓ ଓଲି ରବିନସନ୍‌ ୩ଟି ଲେଖାଏ ଉଇକେଟ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜୋ ରୁଟ୍‌ ୨, ଜେମ୍ସ ଆଣ୍ଡରସନ୍‌ ଓ ଷ୍ଟୁଆଟ ବ୍ରଡ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଜବାବରେ ଇଂଲଣ୍ଡର ଜବାବରେ ଇଂଲଣ୍ଡ ୬୧ ଓଭରରେ ୪ ଉଇକେଟ ହରାଇ ୨୭୮ ରନ୍‌ କରିଛି। ଦୁଇ ଓପନର ଜ୍ୟାକ୍‌ କ୍ରଲି(୪୮) ଓ ବେନ୍‌ ଡକେଟ୍‌(୯୮) ପ୍ରଥମ ଉଇକେଟରେ ୯୧ ରନ୍‌ ଯୋଡିଥିଲେ। ଇଂଲଣ୍ଡ ବାଜ୍‌ ବଲ୍‌ ଟେକ୍‌ନିକ ସହ ଖେଳି ଓଭର ପିଛା ୫ରୁ ଅଧିକ ହାରରେ ସ୍କୋର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri