Posted inଖେଳ

ଷ୍ଟିଭେନ୍‌ ଟେଲର ଓଡ଼ିଶା ଏଫ୍‌ସି ଅଧିନାୟକ

ଭୁବନେଶ୍ୱର: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଆଗାମୀ ସପ୍ତମ ସଂସ୍କରଣ ପାଇଁ ଓଡ଼ିଶା ଏଫ୍‌ସି ନୂଆ ଅଧିନାୟକ ନିଯୁକ୍ତ କରିଛି। ପୂର୍ବତନ ନ୍ୟୁ କ୍ୟାସେଲ ଡିଫେଣ୍ଡର ତଥା ୩୪ ବର୍ଷୀୟ ଇଂଲଣ୍ଡର ପେସାଦାର ଫୁଟବଲର ଷ୍ଟିଭେନ୍‌ ଟେଲରଙ୍କୁ ଓଡ଼ିଶା ଏଫ୍‌ସିର ନେତୃତ୍ୱ ପ୍ରଦାନ କରାଯାଇଛି। ଶନିବାର ଅନୁଷ୍ଠିତ ଟିମ୍‌ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। ହେଡ୍‌ କୋଚ୍‌ ଷ୍ଟୁଆର୍ଟ ବକ୍ସଟର ଏନେଇ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି। ଆଗାମୀ ସେସନରେ ଟେଲର ନେତୃତ୍ୱର ପରାକାଷ୍ଠ ପ୍ରତିପାଦନ କରିବେ ଓ ସଫଳ ଅଧିନାୟକ ଭାବେ ଉଭା ହେବେ ବୋଲି ସେ କହିଛନ୍ତି। ଟେଲର ଜଣେ ପ୍ରତିଭାସମ୍ପନ୍ନ ଖେଳାଳି ଓ ତାଙ୍କ ପାଖରେ ନେତୃତ୍ୱ ନେବାର ଦକ୍ଷତା ରହିଛି। ଦଳର ନେତୃତ୍ୱ ନେବା ପାଇଁ ଉତ୍ସାହିତ ଅଛି ବୋଲି ଟେଲର କହିଛନ୍ତି। ଆଗମୀ ସେସନରେ ଦଳ ଭଲ ପ୍ରଦର୍ଶନ କରିବ ବୋଲି ସେ ଆଶାପ୍ରକାଶ କରିଛନ୍ତି। ଦଳଗତ ପ୍ରଦର୍ଶନ ସହ ଆତ୍ମବିଶ୍ୱାସର ସହ ଖେଳିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ପ୍ରତ୍ୟେକ ଟ୍ରେନିଂ ସେସନ ଓ ମ୍ୟାଚରୁ ଆମେ ଶିକ୍ଷା ଲାଭ କରି ଆଗକୁ ବଢ଼ିବୁ ବୋଲି ଟେଲର କହିଛନ୍ତି। ଆସନ୍ତା ୨୩ ତାରିଖରେ ହାଇଦ୍ରାବାଦ ଏଫ୍‌ସି ବିପକ୍ଷରେ ଟେଲର ଓଡ଼ିଶା ଏଫ୍‌ସି ପାଇଁ ପ୍ରଥମ ମ୍ୟାଚ୍‌ରେ ନେତୃତ୍ୱ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri