Posted inରାଜ୍ୟ

ବର୍ଷକରେ ୧୩୩ଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ନିଶା କାରବାର, ବନ୍ୟପ୍ରାଣୀ ଚୋରା ଚାଲାଣ, ଜାଲ୍‌ ନୋଟ୍‌ ରାକେଟ ରୋକିବାକୁ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ୍‌ ଫୋର୍ସ (ଏସ୍‌ଟିଏଫ୍‌) ସ୍ବତନ୍ତ୍ର ଅଭିଯାନ ଚଳାଇଛି। ଚଳିତ ବର୍ଷ ଏସ୍‌ଟିଏଫ୍‌ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୩୩ ଅପରାଧୀଙ୍କୁ ଗିରଫ କରିଛି। ୭୫ଟି ଆପରାଧିକ ମାମଲାରେ ଗିରଫ ଏହି ଅପରାଧୀଙ୍କ ଘର ଓଡିଶା ସମେତ ରାଜସ୍ଥାନ, ବିହାର, ମହାରାଷ୍ଟ୍ର ଆଦି ରାଜ୍ୟରେ ବୋଲି କ୍ରାଇମବ୍ରାଞ୍ଚ୍‌ ଏସଟିଏଫ୍‌ର ବାର୍ଷିକ ରିପୋର୍ଟରୁ ଜଣାପଡିଛି। ୨୨ କେଜି ବ୍ରାଉନସୁଗାର (ଆନୁମାନିକ ମୂଲ୍ୟ ୨୨ କୋଟିରୁ ଅଧିକ), ୨୫୨୪ କେଜି ଗଞ୍ଜେଇର (ମୂଲ୍ୟ ୨୦ ଲକ୍ଷ ଟଙ୍କାରୁ ଅଧିକ), ୨୦୨ ଗ୍ରାମ କୋକେନ, ୫୧୭ ଗ୍ରାମ ଅଫିମ ଓ ନଗଦ ୬୫ ଲକ୍ଷ ଟଙ୍କା ଜବତ ହୋଇଥିବାବେଳେ ନିଶା ବେପାରୀଙ୍କ ୧୨ କୋଟି ୮୫ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି କରାଯାଇଛି।

ଅନ୍ୟପଟେ ୨୨ କେଜି ବ୍ରାଉନସୁଗାର, ୩୮ କୁଇଣ୍ଟାଲ ଗଞ୍ଜେଇ ନଷ୍ଟ କରିଛି ଏସ୍‌ଟିଏଫ୍‌। ସେହିଭଳି ୧୪ କଲରାପତରିଆ ବାଘ ଛାଲ , ଗୋଟିଏ ମହାବଳ ବାଘ ଛାଲ, ୯ଟି ଜୀବନ୍ତ ବଜ୍ରକାପ୍ତା, ୨୨ କେଜି ବଜ୍ରକାପ୍ତା କାତି, ୧୪ଟି ହାତୀ ଦାନ୍ତ, ୨ଟି ବାଘ ଦାନ୍ତ, ୨୯ଟି ବାଘ ନଖ, ୧୮୯ ଗାଈ, ୧୯୨୦ ବୋତଲ କପ୍‌ସିରଫ ଜବତ ହୋଇଛି। ଏହାସହ ୧୪ଟି ଚୋରା ବନ୍ଧୁକ, ୬୦ଟି ଗୁଳି ଓ ୮ ଟି ମାଗାଜିନ ସହ ୪୭ ଲକ୍ଷ ୪୩ ହଜାର ଟଙ୍କାର ନକଲି ନୋଟ୍‌, ୩୩୮ ଟନ୍‌ କଠିନ ପୋଡା କୋଇଲା, ୭୩୦ ଟନ୍‌ କ୍ରୋମାଇଟ, ୭୨ ଟନ୍‌ କୋଇଲା , ୩୧ ଟନ୍‌ ଅଷ୍ଟ୍ରେଲିଆନ କୋଇଲା ଜବତ କରିବାରେ ସକ୍ଷମ ହୋଇଛି ଏସ୍‌ଟିଏଫ୍‌।

ଅପରପକ୍ଷରେ ଓଡିଶା ପୋଲିସ ୧୧୬୨ କୁଇଣ୍ଟାଲ ଗଞ୍ଜେଇ, ୪୭ କେଜି ବ୍ରାଉନସୁଗାର ଓ ୪୦ ହଜାର କପ୍‌ ସିରଫ ବୋତଲ ଜବତ କରିଛି। ସେହିପରି ୩୩ କୋଟିର ସମ୍ପତ୍ତି ବାଜ୍ୟାପ୍ତି କରିଛି। ଏହାସହ ୬୫୮ କୁଇଣ୍ଟାଲ ଗଞ୍ଜେଇ ଓ ୨୭ କେଜି ବ୍ରାଉନସୁଗାର ନଷ୍ଟ କରାଯାଇଛି। ସେହିଭଳି ୨୩ ହଜାର ୭୨୪ ଏକର ଜମିରେ ବେଆଇନ ଗଞ୍ଜେଇ ଚାଷକୁ ପୋଡି ନଷ୍ଟ କରାଯାଇଥିବା ଏସ୍‌ଟିଏଫ ପକ୍ଷରୁ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?