ହିଙ୍ଗୁଳା ଖଣିରୁ କୋଇଲା ଚୋରି ଧରିଲା ଏସ୍‌ଟିଏଫ

ଭୁବନେଶ୍ୱର,୨୨।୩(ବ୍ୟୁରୋ):ରାଜ୍ୟରେ ଥିବା ବିଭିନ୍ନ ଖଣିରୁ କୋଇଲା ଓ ଅନ୍ୟାନ୍ୟ ଖଣିଜ ଚୋରା ଚାଲାଣ ହେଉଛି। ଗତ କିଛିଦିନ ତଳେ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ) ଅନୁଗୋଳ ଅଞ୍ଚଳରୁ ୪୦ ଟନ୍‌ ଚୋରା କୋଇଲା ଓ ୨ ଟ୍ରକ୍‌ ଜବତ କରିଥିବାବେଳେ ରବିବାର କଙ୍କରେଇସ୍ଥିତ ଡିପୋରେ ଚଢ଼ାଉ କରି ଆଉ ସାଢେ ୨୨ଟନ୍‌ କୋଇଲା ଜବତ କରିଛି। ତାଳଚେର ହିଙ୍ଗୁଳା ମାଇନ୍ସରୁ ଏହି କୋଇଲା ଚୋରି ହୋଇ ଚାଲାଣ କରାଯାଉଥିବା ଯାଞ୍ଚବେଳେ ଏସ୍‌ଟିଏଫ୍‌ ଜାଣିବାକୁ ପାଇଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଅନୁଗୋଳ କଙ୍କରେଇ ଅଞ୍ଚଳର ଅଜୟ ପ୍ରଧାନ। ଏନେଇ ଅନୁଗୋଳ ଇଣ୍ଡଷ୍ଟ୍ରିଆଲ୍‌ ଥାନା ପୋଲିସ ଏକ ମାମଲା (ନଂ. ୬୫/୨୧) ରୁଜୁ କରି ଅଧିକ ତଦନ୍ତ କରୁଛି। ସୂଚନା ଅନୁଯାୟୀ, ହିଙ୍ଗୁଳା ମାଇନ୍ସରୁ ବେଆଇନ ଭାବେ ନିୟମିତ କୋଇଲା ଓ ଅନ୍ୟ ଖଣିଜ ପଦାର୍ଥ ଚୋରା ଚାଲାଣ କରାଯାଉଥିବା ନେଇ କ୍ରାଇମବ୍ରଞ୍ଚ ନିକଟରେ ଖବର ପହଞ୍ଚତ୍ଥିଲା। ଏହାପରେ ଏସ୍‌ଟିଏଫ୍‌ ପକ୍ଷରୁ ଚୋରା ଚାଲାଣକାରୀଙ୍କ ଉପରେ ନଜର ରଖାଯାଇଥିଲା। ତଦନ୍ତବେଳେ ହିଙ୍ଗୁଳା ମାଇନ୍ସରୁ କୋଇଲା ଓ ଅନ୍ୟାନ୍ୟ ଖଣିଜ ପଦାର୍ଥ ଚୋରି କରାଯାଇ କଙ୍କରେଇ ଅଞ୍ଚଳରେ ଏକ ଫାଙ୍କା ସ୍ଥାନରେ ଷ୍ଟୋର୍‌ କରାଯାଇ ବିକ୍ରି କରାଯାଉଥିବା ଜଣାପଡିଥିଲା। ଏହାପରେ ଏସ୍‌ଟିଏଫ୍‌ ଟିମ୍‌ ସେଠାରେ ଚଢ଼ାଉ କରି କୋଇଲା ବୋଝେଇ ଟ୍ରକ ଜବତ କରିବା ସହ ଗଚ୍ଛିତ ରଖାଯାଇଥିବା ଅନ୍ୟ ଖଣିଜ ପଦାର୍ଥକୁ ମଧ୍ୟ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri