ନକଲି ଔଷଧ ଧରିବ ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌କୁ ଏହି ଘଟଣାର ତଦନ୍ତ ଦାୟିତ୍ୱ ଦିଆଯାଇଛି ବୋଲି ପୋଲିସ ଡିଜି ଅଭୟ ମଙ୍ଗଳବାର ସୂଚନା ଦେଇଛନ୍ତି। ଏସ୍‌ଟିଏଫ୍‌ର ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ନକଲି ଔଷଧ କାରବାରର ଖୋଳତାଡ଼ କରାଯିବ। ଏହି କାରବାରରେ କାହାର ହାତ ରହିଛି, ଏହା କେଉଁଠି ପ୍ରସ୍ତୁତ କରାଯାଉଛି, ଓଡ଼ିଶାରେ ପ୍ରସ୍ତୁତ କରାଯାଉଛି ନା ରାଜ୍ୟ ବାହାରୁ ଏହାକୁ ଅଣାଯାଉଛି, ସେସବୁ ଦିଗକୁ ଏସ୍‌ଟିଏଫ୍‌ ଟିମ୍‌ ତଦନ୍ତ କରିବ। ତେବେ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ସହ ବିଚାର ବିମର୍ଶ କରାଯାଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଡିଜି କହିଛନ୍ତି। ଅପରପକ୍ଷରେ ଏନେଇ ଏସ୍‌ଟିଏଫ୍‌ ଡିଆଇଜି ଜୟନାରାୟଣ ପଙ୍କଜ ଏବଂ ଡ୍ରଗ୍ସ କଣ୍ଟ୍ରୋଲର ଅନ୍ନଦା ଶଙ୍କର ଦାଶ ଆଲୋଚନା କରିଥିବା ଜଣାପଡ଼ିିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ସହ ଯୋଗାଯୋଗରେ ଅଛୁ, ତଦନ୍ତରେ ଯାହା ଆବଶ୍ୟକ ହେବ ଆମେ ସହଯୋଗ କରିବୁ ବୋଲି ଡ୍ରଗ୍ସ କଣ୍ଟ୍ରୋଲର ଦାଶ କହିଛନ୍ତି। ସୂଚନା ଅନୁଯାୟୀ, କରୋନା ସଂକ୍ରମଣରେ ଜନସାଧାରଣ ଅଣନିଃଶ୍ୱାସୀ ହୋଇପଡ଼ିଥିବାବେଳେ ରାଜ୍ୟରେ ନକଲି ଔଷଧ କାରବାର ଏବେ ଚିନ୍ତା ବଢ଼ାଇଛି। କରୋନା ସଂକ୍ରମିତଙ୍କ ପାଇଁ ବ୍ୟବହାର କରାଯାଉଥିବା ଫାଭିପିରାଭିର ଟାବଲେଟ୍‌(ଫାବିମାକ୍ସ-୪୦୦), ଆଜିଥ୍ରୋମାଇସିନ୍‌, ଭିଟାମିନ୍‌-ସି ଆଦି ୯ ପ୍ରକାର ନକଲି ଔଷଧ ଏବେ ଓଡ଼ିଶା ବଜାରରେ କାରବାର ହେଉଛି। ଗତ ୧୧ତାରିଖରେ କଟକରୁ ବିପୁଳ ପରିମାଣର ନକଲି ଔଷଧ ଜବତ କରାଯିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଇତିମଧ୍ୟରେ ଭୁବନେଶ୍ୱର, ବଲାଙ୍ଗୀର, ଝାରସୁଗୁଡ଼ା, ବାରିପଦା, ସମ୍ବଲପୁର, ରାଉରକେଲା, ବୌଦ୍ଧରୁ ବହୁ ନକଲି ଔଷଧ ଠାବ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri