କୋଇଲା ଡିପୋରେ ଏସ୍‌ଟିଏଫ୍‌ ଚଢ଼ାଉ: ୧୩ ଲକ୍ଷର ଲାମକୋକ୍‌ ସହ ୯ ଟ୍ରକ ଜବତ, ୧୧ ଗିରଫ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଚୌଦ୍ୱାର ଥାନା ଅଞ୍ଚଳରେ ଥିବା ବାବା ଧବଳେଶ୍ୱର କୋଇଲା ଡିପୋରେ ରବିବାର ଏସଟିଏଫ ଚଢ଼ାଉ କରି ଲାମକୋକ୍‌ ଚୋରା ଚାଲାଣରେ ସମ୍ପୃକ୍ତ ମାଷ୍ଟରମାଇଣ୍ଡ ଓ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଡିପୋରେ ଲୋଡିଂ କରୁଥିବା ଜେସିବି ସହ ୯ ଟ୍ରକ, ୧୩ଲକ୍ଷ ଟଙ୍କାର ୫୪ ମେଟ୍ରିକ ଟନ ଲାମକୋକ୍‌ ଜବତ କରିଛି। ଏ ନେଇ ଏକ ମାମଲା( ନଂ. ୪/୧୭)ରୁଜୁ ହୋଇଛି। ସୂଚନା ମୁତାବକ, ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ କୋଇଲା ଡିପୋ କରି କୋଇଲା ଓ ଲାମକୋକ ବାହାର ରାଜ୍ୟକୁ ଚୋରା ଚାଲାଣ କରାଯାଉଥିବା ନେଇ ଏସଟିଏଫ ଜାଣିବାକୁ ପାଇଥିଲା। ଶନିବାର ସନ୍ଧ୍ୟାରେ ଏସଟିଏଫ ଚୌଦ୍ୱାର ଥାନା ଅଞ୍ଚଳରେ ଥିବା ଧବଳେଶ୍ୱର କୋଇଲା ଡିପୋରେ ଚଢ଼ାଉ କରିଥିଲା। ୯ଟି ଟ୍ରକରେ ୩୨ମେଟ୍ରିକ ଟନ ଲାମକୋକ ଚୋରା ଚାଲାଣ ନେଇ ଲୋଡିଂ ହୋଇଥିବା ବେଳେ ଏସଟିଏଫ ଜବତ କରିଥିଲା। ଏଥିସହ ବେଆଇନ ଭାବେ ୨୨ ମେଟ୍ରିକ ଟନ ଲାମକୋକ ଡିପୋରେ ମହଜୁତ ରହିଥିଲା। କୌଣସି କାଗଜପତ୍ର ଉକ୍ତ ଡିପୋରେ ନଥିବାରୁ ସମସ୍ତ ଲାମକୋକକୁ ଜବତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?