ଢିଙ୍କିଆ ଲାଠିମାଡ଼ ଘଟଣା ହାଇକୋର୍ଟରେ ୨ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୯।୧: ଜଗତ୍‌ସିଂହପୁର ଜିଲା ଢିଙ୍କିଆରେ ନିକଟରେ ଜେଏସ୍‌ଡବ୍ଲ୍ୟୁ କମ୍ପାନୀ ନିମନ୍ତେ ପ୍ରଶାସନର ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ବିରୋଧ କରୁଥିବା ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପୋଲିସ ଅମାନୁଷିକ ଭାବେ ଲାଠିମାଡ଼ କରିଥିଲା। ଏହି ଘଟଣାରେ ମଙ୍ଗଳବାର ହାଇକୋର୍ଟରେ ୨ଟି ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ଆଇନଜୀବୀ କ୍ଷୀରୋଦ ରାଉତ, ଦୀପକ କୁମାର ମହାପାତ୍ର, କବିରାଜ ପ୍ରଧାନ ଏବଂ ଜଣେ ସ୍ଥାନୀୟ ମହିଳାଙ୍କ ପକ୍ଷରୁ ଏହି ମାମଲା କରାଯାଇଛି। ଏଥିରେ ମୁଖ୍ୟ ଶାସନ ସଚିବ, ରାଜସ୍ବ ବିଭାଗ ସଚିବ, ଜେଏସ୍‌ଡବ୍ଲ୍ୟ କମ୍ପାନୀ, ଜଗତ୍‌ସିଂହପୁର ଏସ୍‌ପି ଓ ଏର୍‌ସମା ତହସିଲଦାରଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆଇନଜୀବୀ ସୁକାନ୍ତ ଦଳେଇ ଓ ଓମ୍‌କାର ଦେବଦାସ ମାମଲା ପରିଚାଳନା କରୁଛନ୍ତି। ସମ୍ବିଧାନର ନିୟମ ଅନୁସାରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମାନବାଧିକାର ସୁରକ୍ଷା ଯୋଗାଇ ଦିଆଯିବାକୁ ଆବେଦନରେ ଦର୍ଶାଯାଇଛି। ଏଥିସହ ଅଦାଲତଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପାନବରଜ ଭଙ୍ଗା ନ ଯାଉ, ଆହତଙ୍କୁ ମାଗଣା ଚିକିତ୍ସା, କ୍ଷତିଗ୍ରସ୍ତଙ୍କୁ ଉପଯୁକ୍ତ କ୍ଷତିପୂରଣ, ଜୋର ଜବରଦସ୍ତ ଉଚ୍ଛେଦ ବନ୍ଦପାଇଁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟଙ୍କୁ ନିକଟରେ ପ୍ରାର୍ଥନା କରାଯାଇଛି। ସେହିପରି ପୋଲିସ ବ୍ୟାରିକେଡ ହଟାଇବା ସହ ନିରପେକ୍ଷ ସଂସ୍ଥାଦ୍ୱାରା ତଦନ୍ତ କରାଯିବାକୁ ଆବେଦନକାରୀ ଦର୍ଶାଇଛନ୍ତି। ଢିଙ୍କିଆ ଘଟଣାରେ ୨ଟି ମାମଲା ଦାୟର ହୋଇଥିବାବେଳେ ଗୋଟିଏ ମାମଲାର ଶୁଣାଣି ଆସନ୍ତା ୨୧ରେ କରାଯିବାକୁ ଦିନ ଧାର୍ଯ୍ୟ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଣ୍ଟଲ ମ୍ୟାନ’ ଲୁକରେ ବୈଭବ ସୂର୍ଯ୍ୟବଂଶୀ, ଯୁବରାଜ ସିଂହଙ୍କୁ ଭେଟିବା ସହ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୧୩।୭: ୧୫ ବର୍ଷୀୟ ଭାରତୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ରବିବାର ଏକ ସ୍ବତନ୍ତ୍ର ଦିନ ଥିଲା। ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜ ଶେଷ ହେବା ପରେ,…

ସମ୍ବଲପୁର କୋର୍ଟକୁ ତୃତୀୟ ଥର ପାଇଁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଓକିଲଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ସମ୍ବଲପୁର,୧୩।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କୋର୍ଟକୁ ପୁଣି ଥରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ତୃତୀୟ ଥର ପାଇଁ ଏଭଳି ଧମକପୂର୍ଣ୍ଣ ମେଲ ଆସିବା ପରେ…

ପୁଣି ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା

ଭବାନୀପାଟଣା,୧୩ା୭(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳରେ ଆଜି ବି ମୌଳିକ ସୁବିଧାର ଅଭାବ କିପରି ଲୋକଙ୍କ ଜୀବନକୁ ବିପଦରେ ପକାଉଛି,ତାହାର ଆଉ ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ…

FIFA World Cup 2026ରେ ନୂଆ ବିବାଦ, ଟ୍ରମ୍ପଙ୍କ ଫୋନ ପରେ ଅଧ୍ୟକ୍ଷ ଜଣେ ଆମେରିକୀୟ ଖେଳାଳିଙ୍କ ଦଣ୍ଡକୁ ‘ଚୁପଚାପ’ ପରିବର୍ତ୍ତନ କଲେ!

ଓ୍ବାଶିଂଟନ,୧୩।୭: ଫିଫା ବିଶ୍ୱକପ 2026 କୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ଲାଲ କାର୍ଡ ପାଇବା ପରେ ଆମେରିକୀୟ ଷ୍ଟ୍ରାଇକର ଫୋଲାରିନ ବାଲୋଗୁନଙ୍କୁ ଗୋଟିଏ ମ୍ୟାଚ…

ବାପା ଛେଉଣ୍ଡ ଝିଅ ବିବାହ ପାଇଁ ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୧୩।୭,(ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ଯୁବ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅବହେଳିତ ନିପ୍ପେଷିତ ଗରିବ ଜନସାଧାରଣଙ୍କୁ କିଛି ନା କିଛି ଆର୍ଥିକ ସହାୟତା ପ୍ରଦାନ…

ଦାରିଙ୍ଗବାଡି ବନାଞ୍ଚଳକୁ ବଡ଼ ସଫଳତା, ମିଳିତ ଚଢ଼ାଉରେ ଶାଳ ଗଣ୍ଡି ଜବତ, ୪ ଗିରଫ, ଟ୍ରକ, ବୋଲେରୋ, ଜେସିବି ସହ ୨ ବାଇକ ଜବତ

ଦାରିଙ୍ଗବାଡି,୧୩।୭, (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ମିଳିଛି ବଡ଼ ସଫଳତା। ଜଙ୍ଗଲରୁ କାଠ ଗଣ୍ଡି କାଟି ଚୋରୀ କରୁଥିବା ଅଭିଯୋଗରେ ବନ ବିଭାଗ ୪…

ଆଜିଠୁ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୧୩ା୭: ଏଥର ରଥରେ ପ୍ରବଳ ବର୍ଷିବ। ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପଛକୁ ପଛ…

ପୂରଣ ହେଲା ଇରାନର ଇଚ୍ଛା! ଏମତି ଆଘାତ ଦେଲା ଆଣ୍ଠେଇବ ଆମେରିକା

ତେହରାନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଶତ୍ରୁତା ପୁଣି ଥରେ ଆରମ୍ଭ ହୋଇଛି। ଯଦି ଏହି ସଂଘର୍ଷ ଆହୁରି ଲମ୍ବିଥାଏ ତେବେ କ’ଣ ହେବ? ପଶ୍ଚିମ ଏସିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri