ଷ୍ଟିକର ବଢ଼ାଉଛି ଦ୍ୱନ୍ଦ୍ୱ

ହିନ୍ଦୋଳ, ୨୯।୧(ଡି.ଏନ.ଏ.): ଘର ଗୋଟିଏ। ଲାଗିଛି ଦୁଇ ଷ୍ଟିକର। ଗୋଟିଏ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ଏବଂ ଅନ୍ୟଟି ସୂଚାଉଛି ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଯୋଜନାକୁ। ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ କଳିଙ୍ଗା ପଞ୍ଚାୟତର ଗୁଳୁଗୁଣ୍ଡି ଗ୍ରାମର ଆବାସ ଯୋଜନା ଫଳକରେ ଏଭଳି ତ୍ରୁଟିବିଚ୍ୟୁତି ପଦାକୁ ଆସିଛି। ପ୍ରଶାସନିକସ୍ତରରେ ହୋଇଥିବା ଏଭଳି ଭୁଲ ଯୋଗୁ ଯୋଜନାର କାର୍ଯ୍ୟକାରିତାକୁ ନେଇ ସାଧାରଣରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି।
ହିନ୍ଦୋଳ ବ୍ଲକରେ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଆସୁଛି। ସ୍ବଚ୍ଛଳ ବର୍ଗ ଗୃହ କାର୍ଯ୍ୟାଦେଶ ହାତେଇ ନେଉଥିବାବେଳେ ପ୍ରକୃତ ହିତାଧିକାରୀ ଏଥିରୁ ବଞ୍ଚତ୍ତ ହେଉଥିବା ଅନେକ ସମୟରେ ଚର୍ଚ୍ଚାର ବିଷୟ ପାଲଟୁଛି। ତେବେ ଗୁଳୁଗୁଣ୍ଡି ଗ୍ରାମର ଏକ ବ୍ୟତିକ୍ରମ ଦେଖିବାକୁ ମିଳିଛି। କୃପାସିନ୍ଧୁ ପଣ୍ଡା ନାମକ ଜଣେ ହିତାଧିକାରୀଙ୍କ ନବନିର୍ମିତ ଘରେ ଦୁଇଟି ଫଳକ ଲାଗିଛି। ତଦନୁଯାୟୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ୨୦୨୦/୨୧ ଆର୍ଥତ୍କ ବର୍ଷରେ ୧ ଲକ୍ଷ ୨୦ହଜାର ଟଙ୍କା ମଞ୍ଜୁର ହୋଇଥିବା ଏବଂ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ସହାୟତା ବାବଦକୁ ୧୮ହଜାର ୬୩୦ ଟଙ୍କା ପ୍ରଦାନ କରାଯାଇଥିବା ଉଲ୍ଲେଖ ରହିଛି। ଅନ୍ୟ ଏକ ଫଳକରେ ସମାନ ଆର୍ଥିକ ବର୍ଷରେ ଅର୍ଥାତ୍‌ ୨୦୨୦/୨୧ରେ ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଯୋଜନା(ଗ୍ରାମୀଣ)ରେ ଗୃହ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିବା ଉଲ୍ଲେଖ ରହିଛି। ଏଥିରେ ମଧ୍ୟ ହିତାଧିକାରୀ ୧ ଲକ୍ଷ ୨୦ ହଜାର ଟଙ୍କା ପାଇଥିବା ଦର୍ଶାଯାଇଛି। ଜଣେ ହିତାଧିକାରୀଙ୍କ ଘରେ ଦୁଇ ଫଳକ ଲାଗିଥିବା ଦେଖି ସାଧାରଣରେ ଭିନ୍ନ ଚର୍ଚ୍ଚା ହେଉଛି।
ଏ ସମ୍ପର୍କରେ ଜିଆର୍‌ଏସ୍‌ ମିନର୍ଭା ପତି କୁହନ୍ତି, ଦୁଇଟି ଫଳକ ମରାଯିବା ପ୍ରଶାସନିକ ତ୍ରୁଟି। ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ମଞ୍ଜୁର ହୋଇଛି। ତଦନୁଯାୟୀ ଅର୍ଥ ପ୍ରଦାନ କରାଯାଇଛି। ତେବେ ତ୍ରୁଟିପୂର୍ଣ୍ଣ ଭାବେ ବିଜୁ ପକ୍କାଘର ଷ୍ଟିକର ମରାଯାଇଛି। ବିଡିଓ ଦେବଦତ୍ତ ମାହୁନ୍ତ କୁହନ୍ତି, ଏହି ଘଟଣା ତାଙ୍କ ନଜରକୁ ଆସିନାହିଁ। ତ୍ରୁଟିବିଚ୍ୟୁତି କିମ୍ବା କୌଣସି ଅନିୟମିତତା ହୋଇଥିଲେ ବିଧିବଦ୍ଧ ଭାବେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri