ଏବେ ବି ରହସ୍ୟ ଘେରରେ ରତ୍ନଭଣ୍ଡାର: ଖୋଲିବାକୁ ଉଦ୍ୟମ କରିଥିବା ସରକାରଙ୍କ ପତନ ଘଟିଛି

ଭୁବନେଶ୍ୱର,୧ା୩:ଦ୍ୱାଦଶ ଶତାବ୍ଦୀର ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ପୁରୀ ଶ୍ରୀମନ୍ଦିରରେ ଥିବା ରତ୍ନଭଣ୍ଡାର ଏବେ ବି ଲୋକଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ମହାପ୍ରଭୁଙ୍କର ଦୁଇଟି ରତ୍ନଭଣ୍ଡାର ଅଛି। ଗୋଟିଏ ଭିତର ଓ ଅନ୍ୟଟି ବାହାର ରତ୍ନଭଣ୍ଡାର। ପ୍ରତିବର୍ଷ ରଥଯାତ୍ରା ଓ ମହାପ୍ରଭୁଙ୍କ ଅନ୍ୟାନ୍ୟ ଯାନିଯାତ୍ରା ସମୟରେ ବାହାର ରତ୍ନଭଣ୍ଡାରରୁ ରତ୍ନ ଆଭୂଷଣ ଅଣାଯାଇ ବେଶ କରାଯାଇଥାଏ। କିନ୍ତୁ ଭିତର ରତ୍ନଭଣ୍ଡାର ବନ୍ଦ ରହିଥିବାରୁ ସେଠାରେ କେତେ ପରିମାଣର ଆଭୂଷଣ ରହିଛି ତା’ର ସବିଶେଷ ବିବରଣୀ କାହା ପାଖରେ ନାହିଁ। ଏପରି କି ଭିତର ରତ୍ନଭଣ୍ଡାରରେ ୭ଟି ଭଣ୍ଡାର ଘର ଥିବା କୁହାଯାଉଛି। ଭିତର ରତ୍ନଭଣ୍ଡାରକୁ ଖୋଲିବା ପାଇଁ ଅତୀତରେ କ୍ୱଚିତ୍‌ ଉଦ୍ୟମ ହୋଇଛି। ତଥ୍ୟ ମୁତାବକ ନୀଳମଣି ରାଉତରାୟ ୧୯୭୭ରୁ ୧୯୮୦ ପର୍ଯ୍ୟନ୍ତ ଓଡ଼ିଶାର ଦଶମ ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ ଅମଳରେ ୧୯୭୮ ମେ’ ୧୩ରୁ ଜୁଲାଇ ୨୩ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ସେତେବେଳେ
ଭଣ୍ଡାରରେ ଥିବା ଅଳଙ୍କାରଗୁଡ଼ିକୁ ଗଣତି କରାଯାଇଥିଲା। ଏହା ପରେ ୧୯୮୦ ମେ’ରେ ଅନୁଷ୍ଠିତ ରାଜ୍ୟ ବିଧାନସଭା ନିର୍ବାଚନରେ ନୀଳମଣିଙ୍କ ନେତୃତ୍ୱାଧୀନ ଜନତା ଦଳ ସରକାରର ପତନ ଘଟିଥିଲା। ଏହି ନିର୍ବାଚନରେ କଂଗ୍ରେସ ସରକାର ଗଠନ କରିଥିଲା। କଂଗ୍ରେସ ନେତା ଜାନକୀ ବଲ୍ଲଭ ପଟ୍ଟନାୟକ (୧୯୮୦-୧୯୮୯) ମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୯୮୫ ଜୁଲାଇ ୧୪ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ ହୋଇଥିଲା। ପରବର୍ତ୍ତୀ ସମୟରେ ୧୯୮୯ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ଶୋଚନୀୟ ପରାଜୟ ହୋଇଥିଲା। ଏଥିଯୋଗୁ ଜାନକୀଙ୍କୁ ମୁଖ୍ୟମନ୍ତ୍ରୀ ପଦ ହରାଇବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri