ଚକ୍ଷୁଦାନ କରି ଏବେ ବି ଜିବିତ

ଛତ୍ରପୁର/ଗଞ୍ଜାମ,୩୧।୧୦(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଛତ୍ରପୁର ବରିଷ୍ଠ ଆଇନଜୀବୀ ତଥା ରାଜ ନଗରନିବାସୀ କୃଷ୍ଣ ଚନ୍ଦ୍ର ସାହୁଙ୍କ ( ୭୩) ପରଲୋକ ଘଟିଛି। ସେ ବହୁତ ଦିନ ଅସୁସ୍ଥ ରହିଥିବା ବେଳେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟଛିି। ଏନେଇ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି, ସେ ଜଣେ ମେଳାପୀ, ପରୋଉକାରୀ, ଧାର୍ମିକ ଏବଂ ଦକ୍ଷ ଆଇନଜୀବି ଭାବେ ଛତ୍ରପୁର ଆଖପାଖ ଅଞ୍ଚଳରେ ଖୁବ୍‌ ପରଚିତ ଥିଲେ। ତାଙ୍କର ମୃତ୍ୟୁ ଶଯ୍ୟା ନିକଟରେ ସ୍ତ୍ରୀ ଜ୍ୟୋତି ସାହୁ, ବଡ଼ ପୁଅ ଆଇନଜୀବି ହରପ୍ରସାଦ ସାହୁ, ସାନପୁଅ ସୁର ପ୍ରସାଦ ସାହୁ, ଦୁଇ ବୋହୂ, ନାତି ଓ ନାତୁଣୀ ଏବଂ ବହୁ ଆଇନଜୀବୀ, ଅଞ୍ଚଳଞବାସୀ ଓ ବନ୍ଧୁ ବାନ୍ଧବମାନେ ଉପସ୍ଥିତଥିଲେ । ସ୍ବର୍ଗତ ସାହୁଙ୍କ ମୃତ୍ୟୁ ପରେ ପରିବାର ଲୋକ ତାଙ୍କର ଦୁଇଟି ଚକ୍ଷୁ ଦାନ କରି ତାଙ୍କୁ ସବୁଦିନ ପାଇଁ ଅମର କରିଦେଇଛନ୍ତି । ତାଙ୍କର ବାପାଙ୍କ ଚକ୍ଷୁ ଅନ୍ୟ କାହାକୁ ସହାୟତା ହେବ। ସେ ନୂଆ ଦୁନିଆ ଦେଖିବେ ବୋଲି ମଧ୍ୟ ପୁଅମାନେ କହିଛନ୍ତି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ ଓ କଲେଜ ଚକ୍ଷୁ ବିଭାଗର ଡାକ୍ତର ସ୍ମୃତି ରଞ୍ଜନ ଧର ଓ ସ୍ମିତାରାଣୀ ମହନ୍ତ ତାଙ୍କ ଘରେ ପହଞ୍ଚି ସ୍ବର୍ଗତ ସାହୁଙ୍କ ଦୁଇଟି ଚକ୍ଷୁ ସଂଗ୍ରହ କରି ନେଇଥିଲେ, ଏପରି କାର୍ଯ୍ୟକୁ ବିଭିନ୍ନ ମହଲରୁ ପ୍ରଂଶସା କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri