ଏବେ ବି ୧୨ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୫ା୭(ଅନିଲଦାସ):ଲଘୁଚାପ ପରେ ଲଘୁଚାପ ହେଉଛି। ଚଳିତ ମାସରେ ୫ରୁ ଅଧିକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମାତ୍ର ଆଶାନୁରୂପ ବର୍ଷା ହେଉନାହିଁ। ଜୁଲାଇ ମାସ ଶେଷ ହେବାକୁ ବସିଥିଲେ ମଧ୍ୟ ଚାଷ କାମ ଆରମ୍ଭ ହୋଇପାରି ନାହିଁ। ଚାଷୀମାନେ ତଳି ପକାଇ ବର୍ଷାକୁ ଚାହିଁ ରହିଛନ୍ତି। ଏବେ ରାଜ୍ୟର ଅଧା ଜିଲାରେ ବର୍ଷା ଅଭାବ ଦେଖାଦେଇଛି। ରାଜ୍ୟରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଥିବାରୁ ଚାଷୀଙ୍କ ଚିନ୍ତା ବଢ଼ିଗଲାଣି। ଜୁନ ୧ରୁ ଜୁଲାଇ ୨୪ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୪୦୫୮.୭ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ୪୦୧.୩ ମିଲିମିଟର। ୧୨ ଜିଲାରେ ପରିସ୍ଥିତି ସଙ୍ଗିନ ରହିଛି।
ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ମୁତାବକ କଳାହାଣ୍ଡିରେ ସର୍ବାଧିକ ୪୦ ପ୍ରତିଶତ କମ୍‌ ବର୍ଷା ହୋଇଥିବାବେଳେ ନବରଙ୍ଗପୁର ୪୩, କେନ୍ଦ୍ରାପଡ଼ା ୩୩, ଦେବଗଡ଼ ୩୦, ବାଲେଶ୍ୱର ୨୮, କଟକ ୨୮, ଗଞ୍ଜାମ ୩୦, ଜଗତ୍‌ସିଂହପୁର ୨୩, ଯାଜପୁର ୨୭, କନ୍ଧମାଳ ୨୧, ଖୋର୍ଦ୍ଧା ୨୩, ମୟୂରଭଞ୍ଜ ୩୪, ପୁରୀ ୩୦ ଏବଂ ରାୟଗଡ଼ାରେ ସର୍ବନିମ୍ନ ୨୩ ପ୍ରତିଶତ କମ୍‌ ବର୍ଷା ରେକର୍ଡ କରାଯାଇଛି। ତେବେ ସୋମବାର ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଉକ୍ତ ଲଘୁଚାପ ରାଜ୍ୟରେ ବର୍ଷାର ପରିମାଣ ବଢ଼ାଇବା ନେଇ ପାଣିପାଗ ବିଜ୍ଞାନୀ ଆଶଙ୍କା ବ୍ୟକ୍ତ କରିଛନ୍ତି। ଲଘୁଚାପ ପ୍ରଭାବରେ ମଙ୍ଗଳବାର ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ଆଶା କରାଯାଉଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟରେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତ୍‌ସିଂହପୁର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ପାଇଁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୬ ତାରିଖରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ବିଶେଷକରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ପରିମାଣରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ସୋନପୁର, ବରଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଏଲୋଓ୍ବାର୍ନିଂ ଜାରି କରାଯାଇଛି।
ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ କଟକ, ନବରଙ୍ଗପୁରରେ ୨୪.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?