Posted inଖେଳ

ମିଡ୍‌ଲ ଅର୍ଡର ସମସ୍ୟା ପିଛା ଛାଡ଼ୁନି

ପାର୍ଲ,୧୯।୧: ଶିଖର ଧାଓ୍ବନ (୭୯) ଏବଂ ବିରାଟ କୋହଲି (୫୧)ଙ୍କ ଅର୍ଦ୍ଧଶତକୀୟ ପାଳି ସତ୍ତ୍ୱେ ଟିମ୍‌ ଇଣ୍ଡିଆକୁ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। ପ୍ରଥମ ଦିନିକିଆରେ ଦକ୍ଷିଣ ଆଫ୍ରିକା ୩୧ ରନ୍‌ରେ ଭାରତକୁ ହରାଇ ଦେଇଛି। ପୁଣି ଥରେ ଦଳର ପରାଜୟ କାରଣ ସାଜିଥିଲା ମିଡଲ ଅର୍ଡର। ଏହି ବିଜୟ ସହ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି ଘରୋଇ ଦଳ।

ତେମ୍ବା ବଭୁମା (୧୧୦) ଓ ଭାନ ଡର ଡୁସେନ (୧୨୯)ଙ୍କ ଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୪ ଉଇକେଟରେ ୨୯୬ ରନ୍‌ କରିଥିଲା। ଯଶପ୍ରୀତ ବୁମରା(୨ ଉଇକେଟ)ଙ୍କ ଛଡ଼ା କୌଣସି ବୋଲର ଘରୋଇ ବ୍ୟାଟରଙ୍କୁ ରୋକି ପାରି ନ ଥିଲେ। ଅନ୍ୟପକ୍ଷରେ ବଭୁମା ଓ ଡୁସେନ ପଞ୍ଚମ ଉଇକେଟ ପାଇଁ ୨୦୪ ରନ୍‌ର ଭାଗୀଦାରି କରିଥିଲେ।

ଜବାବରେ ଆରମ୍ଭରୁ ଲୋକେଶ ରାହୁଲ (୧୨)ଙ୍କ ଉଇକେଟ ହରାଇଥିଲେ ମଧ୍ୟ ଧାଓ୍ବନ ଓ କୋହଲି ଦଳୀୟ ସ୍କୋରରେ ଦ୍ୱିତୀୟ ଉଇକେଟ ପାଇଁ ୯୨ ରନ୍‌ ଯୋଡ଼ି ଥିଲେ। ଦୁହେଁ ଅର୍ଦ୍ଧଶତକ ପୂରଣ କରିବା ପରେ ଆଉଟ୍‌ ହୋଇଥିଲେ। ହେଲେ ହୁହେଁ ପ୍ୟାଭିଲିଅନ ଫେରିବା ପରେ ପୂରା ଫେଲ ମାରିଥିଲା ଟିମ୍‌ ଇଣ୍ଡିଆର ମିଡ୍‌ଲ ଅର୍ଡର। ଶେଷରେ ଶାର୍ଦ୍ଦୁଳ ଠାକୁର (୫୦ ରନ୍‌, ୫ ଚୌକା ଓ ୧ ଛକା) ଅର୍ଦ୍ଧଶତକ ଲଗାଇଥିଲେ। ମାତ୍ର ତାହା ଦଳକୁ ପରାଜୟରୁ ବଞ୍ଚାଇ ପାରି ନ ଥିଲା। ଫଳରେ ଭାରତ ୫୦ ଓଭରରେ ୮ ଉଇକେଟ ହରାଇ ୨୬୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?