Posted inଜାତୀୟ

ଅହଙ୍କାର ଛାଡି କୃଷି ଆଇନ୍‌ ପ୍ରତ୍ୟାହାର କରନ୍ତୁ ସରକାର: ସୋନିଆ

ନୂଆଦିଲ୍ଲୀ,୩।୧: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ରବିବାର କୃଷକଙ୍କ ପ୍ରଦର୍ଶନଙ୍କୁ ସମର୍ଥନ କରି କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ସୋନିଆ କହିଛନ୍ତି ଯେ, ଦେଶର ସ୍ବାଧୀନତା ପରଠାରୁ ପ୍ରଥମ ଥର ପାଇଁ ଏଭଳି ଏକ ଅହଂକାରୀ ସରକାର କ୍ଷମତାକୁ ଆସିଛି, ଯାହା ସାଧାରଣ ଜନତାଙ୍କ କଥା ତ ଛାଡ ଦେଶକୁ ଖାଇବାକୁ ଦେଉଥିବା ଅନ୍ନଦାତାଙ୍କ ଯନ୍ତ୍ରଣା ଏବଂ ସଂଘର୍ଷ ଦେଖାଯାଉ ନାହିଁ। ଏହା ସହିତ ସେ ବିନା ସର୍ତ୍ତରେ ନୂତନ କୃଷି ନିୟମକୁ ତୁରନ୍ତ ପ୍ରତ୍ୟାହାର କରିବାକୁ ଦାବି କରିଛନ୍ତି। ସେ କହିଛନ୍ତି, ପ୍ରବଳ ଥଣ୍ଡା ଏବଂ ବର୍ଷା ସତ୍ତ୍ୱେ ଦିଲ୍ଲୀ ସୀମାରେ ୩୯ ଦିନ ଧରି ସଂଘର୍ଷ କରୁଥିବା ଅନ୍ନଦାତାଙ୍କ ଅବସ୍ଥା ଦେଖି ମୋର ଦେଶବାସୀ ଅତ୍ୟନ୍ତ ଅସନ୍ତୋଷ ପ୍ରକାଶ କରିଛନ୍ତି। ମୋଦି ସରକାର ୩ଟି କୃଷି ଆଇନକୁ ବିନା ସର୍ତ୍ତରେ ତୁରନ୍ତ ପ୍ରତ୍ୟାହାର କରି ଶୀତ ଏବଂ ବର୍ଷାରେ ପୀଡିତ ଚାଷୀଙ୍କ ଆନ୍ଦୋଳନକୁ ଶେଷ କରନ୍ତୁ ସରକାର। ଏହା ହେଉଛି ରାଜଧର୍ମ ଏବଂ ସ୍ବର୍ଗତ ଚାଷୀଙ୍କ ପାଇଁ ପ୍ରକୃତ ଶ୍ରଦ୍ଧାଞ୍ଜଳିସ୍‌ ବୋଲି ସୋନିଆ କହିଛନ୍ତି।
ସୂଚନାଯୋଗ୍ୟ,କୃଷି ଆଇନକୁ ପ୍ରତ୍ୟାହାର କରିବାକୁ କଂଗ୍ରେସ ଦାବି କରିଛି। ଏହି ଆଇନ ବିରୋଧରେ କୃଷକଙ୍କ ଆନ୍ଦୋଳନକୁ କଂଗ୍ରେସ ମଧ୍ୟ ସମର୍ଥନ କରୁଛି। ଶୀତ ଦିନ ସତ୍ତ୍ୱେ ଦିଲ୍ଲୀ ସୀମାରେ ଏକ ମାସରୁ ଅଧିକ ସମୟ ଧରି ହଜାର ହଜାର ଚାଷୀ ଏହି ନିୟମ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏହି କୃଷକମାନଙ୍କ ମଧ୍ୟରୁ ଅଧିକାଂଶ ପଞ୍ଜାବ ଏବଂ ହରିୟାଣାର ବୋଲି ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri