ଅନୁସୂଚିତ ଜାତି ଓ ଜନତାତି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବଢ଼ିଲା

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବଢ଼ାଇଛନ୍ତି। ଉଭୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ସ୍କୁଲଗୁଡ଼ିକରୁ ଛାତ୍ରୀଛାତ୍ର ଏହି ବର୍ଦ୍ଧିତ ଷ୍ଟାଇପେଣ୍ଡର ସୁବିଧା ପାଇବେ ବୋଲି ଏନେଇ ଆଜି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ସ୍ବତନ୍ତ୍ର ଛାତ୍ରାବାସରେ ରହୁଥିବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ମାସିକ ସ୍କଲାରଶିପ୍‌ ଅର୍ଥରେ ୧୦୦ଟଙ୍କା ବୃଦ୍ଧି କରାଯାଇଛି। ଅର୍ଥାତ ଝିଅମାନଙ୍କୁ ମାସିକ ୧୧୦୦ଟଙ୍କା ଓ ପୁଅଙ୍କୁ ୧୦୫୦ଟଙ୍କାର ସ୍କଲାରଶିପ୍‌ ୧୦ମାସ ପର୍ଯ୍ୟନ୍ତ ମିଳିବ । ସେହିପରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ଶିକ୍ଷାନୁଷ୍ଠାନରେ ପଢୁଥିବା ଡେ-ସ୍କଲାର ଛାତ୍ରୀଛାତ୍ର(ଷଷ୍ଠ ଓ ସପ୍ତମ ଶ୍ରେଣୀ)ଙ୍କୁ ବାର୍ଷିକ ୫୦୦ ଟଙ୍କା ସ୍କଲାରଶିପ୍‌ ମିଳିବ। ଏବେ ଏହା ଝିଅଙ୍କ ପାଇଁ ୨୪୦ ଟଙ୍କା ଓ ପୁଅଙ୍କ ପାଇଁ ୧୮୦ଟଙ୍କା ରହିଛି । ସଂଶୋଧିତ ନିଷ୍ପତ୍ତି ଅନୁସାରେ ଉଭୟ ଝିଅ-ପୁଅ ସମାନ ଭାବେ ୫୦୦ଟଙ୍କା ଷ୍ଟାଇପେଣ୍ଡ ପାଇବେ। ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମଧ୍ୟ ମାସିକ ୫୦୦ଟଙ୍କା ଷ୍ଟାଇପେଣ୍ଡ ମିଳିବ । ୨୦୨୩-୨୪ ଆର୍ଥିକ ବର୍ଷରୁ ଏହି ବର୍ଦ୍ଧିତ ସ୍କଲାରଶିପ୍‌ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?