ଓଡ଼ିଶାରେ ହଲଚଲ: ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଲେ ବଡ଼ ନେତା

ଭୁବନେଶ୍ୱର, ୧୦।୭: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ ବିଜୁ ଜନତା ଦଳ (ବିଜେଡି) ଛାଡ଼ି ପୁଣି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ଏହି ଖବର ରାଜ୍ୟ ରାଜନୀତିରେ ଏକ ହଲଚଲ ସୃଷ୍ଟି କରିଛି। ଯାହା ବିଜେଡି ପାଇଁ ଏକ ବଡ଼ ଝଟକା ବୋଲି କୁହାଯାଉଛି।

ସୁନୀତା ବିଶ୍ୱାଳ, ଯିଏ ଦୀର୍ଘ ଦିନ ଧରି କଂଗ୍ରେସ ଦଳରେ ଥାଇ ରାଜନୀତିରେ ସକ୍ରିୟ ଥିଲେ, କିଛି ବର୍ଷ ପୂର୍ବେ ବିଜେଡିରେ ଯୋଗ ଦେଇଥିଲେ। ତେବେ, ସମ୍ପ୍ରତି ସେ ପୁଣି ତାଙ୍କର ପୂର୍ବତନ ଦଳ କଂଗ୍ରେସକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ପଛରେ ତାଙ୍କର ବ୍ୟକ୍ତିଗତ ଓ ରାଜନୈତିକ କାରଣ ରହିଥିବା ଜଣାପଡ଼ିଛି।

ସୁନୀତାଙ୍କ ବାପା ହେମାନନ୍ଦ ବିଶ୍ୱାଳ ଓଡ଼ିଶାରେ କଂଗ୍ରେସର ଜଣେ ବରିଷ୍ଠ ନେତା ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କର ରାଜନୈତିକ ପରମ୍ପରାକୁ ଆଗେଇ ନେବା ପାଇଁ ସୁନୀତାଙ୍କ କଂଗ୍ରେସକୁ ଫେରିବାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ଘଟଣା ସମ୍ପର୍କରେ ସୁନୀତା ବିଶ୍ୱାଳ କହିଛନ୍ତି, “ମୋର ପିତାଙ୍କ ଆଦର୍ଶ ଓ କଂଗ୍ରେସ ଦଳର ମୂଲ୍ୟବୋଧ ମୋତେ ସବୁବେଳେ ପ୍ରେରଣା ଦେଇଛି। ମୁଁ ପୁଣି କଂଗ୍ରେସ ଦଳରେ ଯୋଗ ଦେଇ ରାଜ୍ୟର ଲୋକଙ୍କ ସେବା କରିବାକୁ ଚାହୁଁଛି।”

ଅନ୍ୟପକ୍ଷରେ, ବିଜେଡି ନେତୃତ୍ୱ ଏହି ନିଷ୍ପତ୍ତିକୁ ନେଇ ତତ୍କାଳ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି। ତେବେ, ରାଜନୈତିକ ବିଶ୍ଳେଷକମାନେ କହୁଛନ୍ତି ଯେ, ସୁନୀତାଙ୍କ ଏହି ପଦକ୍ଷେପ ଆଗାମୀ ର୍ନିବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ଦଳକୁ ରାଜ୍ୟରେ ଶକ୍ତିଶାଳୀ କରିବାରେ ସହାୟକ ହୋଇପାରେ। ଏହା ସହିତ, ରାଜ୍ୟରେ କଂଗ୍ରେସ ଦଳ ସୁନୀତା ବିଶ୍ୱାଳଙ୍କୁ ସ୍ବାଗତ କରିଛି। ରାଜ୍ୟ କଂଗ୍ରେସ ସଭାପତି କହିଛନ୍ତି, “ସୁନୀତା ବିଶ୍ୱାଳଙ୍କ ଫେରିବା ଦଳ ପାଇଁ ଏକ ବଡ଼ ସଫଳତା। ତାଙ୍କର ଅଭିଜ୍ଞତା ଓ ନେତୃତ୍ୱ ରାଜ୍ୟରେ କଂଗ୍ରେସକୁ ଆହୁରି ମଜବୁତ କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri