ଷ୍ଟକ୍‌ ଏକ୍ସଚେଞ୍ଜର ନୂତନ ମାଇଲଖୁଣ୍ଟ: ୮୧,୦୦୦ ଉପରେ ସେନ୍‌ସେକ୍ସ, ୨୫,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୧୯।୭ (ଅଭୟ ଦାଶ): କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିବାରୁ ଭାରତୀୟ ଷ୍ଟକ୍‌ ଏକ୍ସଚେଞ୍ଜ ଏକ ଐତିହାସିକ ସଫଳତା (ସର୍ବୋଚ୍ଚ ସ୍ତରର କାରବାର) ସହ ନୂତନ ରେକର୍ଡ ହାସଲ କରିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ମଧ୍ୟ ନୂତନ ରେକର୍ଡ ସହ ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ବିଶେଷକରି ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେନ୍‌ସେକ୍ସ ଅଲ ଟାଇମ ହାଇ ବା ସର୍ବୋଚ୍ଚ ସ୍ତର ୮୧,୦୦୦ ଅଙ୍କ ଉପରେ ପହଞ୍ଚତ୍ଥିଲାବେଳେ ଏନ୍‌ଏସ୍‌ଇ ନିଫି୍ଟ ମଧ୍ୟ ୨୫, ୦୦୦ ଅଙ୍କର ନିକଟବର୍ତ୍ତୀ ହୋଇଛି।

ଉଲ୍ଲେଖଯୋଗ୍ୟ, ଘରୋଇ ଶେୟାର ବଜାର କାରବାରରେ ଉଭୟ ଏନ୍‌ଏସ୍‌ଇ ଓ ବିଏସ୍‌ଇ ପ୍ରାରମ୍ଭରୁ ଲାଭରେ ଚାଲିଥିଲାବେଳେ ଶେଷ ବେଳକୁ କାରବାର କିଛି ପରିମାଣରେ ହ୍ରାସ ପାଇଥିଲା। ଏପରିକି ବିଏସ୍‌ଇ ସେନ୍‌ସେକ୍ସ କାରବାର ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ସବୁଜ ସ୍ତରରେ ରହିଥିଲା। ଏପରିକି ୮୦, ୭୦୦ ଅଙ୍କରୁ କାରବାର ଆରମ୍ଭ ହୋଇଥିଲାବେଳେ ସେନ୍‌ସେକ୍ସ ଅଲ୍‌ ଟାଇମ ହାଇ ୮୧,୫୨୨ ଅଙ୍କରେ ପହଞ୍ଚତ୍ଥିଲା। ବୁଧବାର ବଜାର କାରବାର ଶେଷ ସୁଦ୍ଧା ବିଏସ୍‌ଇ ସେନ୍‌ସେକ୍ସ ୮୧, ୩୪୩.୪୬ ଅଙ୍କରେ ବନ୍ଦ ହୋଇଥିଲା। ସେହିପରି ଏନ୍‌ଏସ୍‌ଇ ନିଫ୍ଟି୫୦ର କାରବାର ମଧ୍ୟ ପ୍ରାରମ୍ଭରେ ସର୍ବୋଚ୍ଚ ୨୪,୯୦୦ ଅଙ୍କ ଛୁଲଁଥିଲାବେଳେ ଶେଷ ବେଳକୁ ଏହା ୨୪, ୮୦୦.୮୫ ଅଙ୍କରେ କାରବାର ବନ୍ଦ କରିଥିଲା।

ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର କାରବାର ୦.୭୮% ବୃଦ୍ଧି ଘଟିଥିବାବେଳେ ଏନ୍‌ଏସ୍‌ଇ ନିଫ୍ଟି ୫୦ର କାରବାର ମଧ୍ୟ ୦. ୭୬% ବୃଦ୍ଧି ହୋଇଛି। ଏପରିକି ବିଏସ୍‌ଇ ସ୍ମଲକ୍ୟାପ ଏବଂ ବିଏସ୍‌ଇ ମିଡ୍‌କ୍ୟାପ କାରବାର ବୃଦ୍ଧି ପାଇଥିଲା। ନିଫ୍ଟି ମିଡ୍‌କ୍ୟାପର କାରବାର ୫୫୨. ୯୦ ପଏଣ୍ଟ ବା ୦.୯୬% ହ୍ରାସ ପାଇଥିଲାବେଳେ ନିଫ୍ଟି ସ୍ମଲକ୍ୟାପର କାରବାର ୭୫.୨୫ ପଏଣ୍ଟ ବା ୦. ୮୫% କମିଥିଲା। ଏପରିକି ନିଫ୍ଟି ବ୍ୟାଙ୍କିଙ୍ଗ୍‌ (ବ୍ୟାଙ୍କ) ର କାରବାର ସର୍ବୋଚ୍ଚ ସ୍ତର ଛୁଇଁଥିଲାବେଳେ କାରବାର ଶେଷ ସୁଦ୍ଧା ୨୨୩. ୯୦ ପଏଣ୍ଟ ବା ୦.୪୩% ବୃଦ୍ଧି ପାଇ ୫୨,୬୨୦.୭୦ ଅଙ୍କରେ କାରବାର ବନ୍ଦ କରିଥିଲା ବୋଲି ଶେୟାର ବଜାର ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ବିଏସ୍‌ଇ ସେନ୍‌ସେକ୍ସ ପଞ୍ଜୀକୃତ ନିବେଶକଙ୍କ ମଧ୍ୟରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସର୍ବାଧିକ ଲାଭବାନ୍‌ ହୋଇଥିଲାବେଳେ ଭାରତୀ ଏୟାରଟେଲ, ଅଲ୍‌ଟ୍ରାଟେକ୍‌ ସିମେଣ୍ଟ, ପାଓ୍ବାର ଗ୍ରୀଡ୍‌ କପୋରେଶନ, ଆକ୍ସିସ ବ୍ୟାଙ୍କ, ଟେକ୍‌ ମହିନ୍ଦ୍ରା ଭଳି ନିବେଶକମାନେ ମଧ୍ୟ ଲାଭବାନ୍‌ ହୋଇଛନ୍ତି। ଏପରିକି ସେକ୍ଟେରାଲ କ୍ଷେତ୍ରରେ ଅଟୋ, ଆଇଟି, ଟେଲିକମ୍‌, ମେଟାଲ, ଏଫ୍‌ଏମ୍‌ସିଜି, ଫାର୍ମା, ହେଲ୍‌ଥ କେୟାର ଏବଂ ଘରୋଇ ବ୍ୟାଙ୍କ ସମେତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ନିବେଶ ସଂସ୍ଥାର ନିବେଶ ପୂର୍ବଦିନ ଅପେକ୍ଷା ଯଥେଷ୍ଟ ପରିମାଣରେ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri