ଷ୍ଟକ୍‌ ଏକ୍ସଚେଞ୍ଜର ନୂତନ ମାଇଲଖୁଣ୍ଟ: ୮୧,୦୦୦ ଉପରେ ସେନ୍‌ସେକ୍ସ, ୨୫,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୧୯।୭ (ଅଭୟ ଦାଶ): କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିବାରୁ ଭାରତୀୟ ଷ୍ଟକ୍‌ ଏକ୍ସଚେଞ୍ଜ ଏକ ଐତିହାସିକ ସଫଳତା (ସର୍ବୋଚ୍ଚ ସ୍ତରର କାରବାର) ସହ ନୂତନ ରେକର୍ଡ ହାସଲ କରିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ମଧ୍ୟ ନୂତନ ରେକର୍ଡ ସହ ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ବିଶେଷକରି ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେନ୍‌ସେକ୍ସ ଅଲ ଟାଇମ ହାଇ ବା ସର୍ବୋଚ୍ଚ ସ୍ତର ୮୧,୦୦୦ ଅଙ୍କ ଉପରେ ପହଞ୍ଚତ୍ଥିଲାବେଳେ ଏନ୍‌ଏସ୍‌ଇ ନିଫି୍ଟ ମଧ୍ୟ ୨୫, ୦୦୦ ଅଙ୍କର ନିକଟବର୍ତ୍ତୀ ହୋଇଛି।

ଉଲ୍ଲେଖଯୋଗ୍ୟ, ଘରୋଇ ଶେୟାର ବଜାର କାରବାରରେ ଉଭୟ ଏନ୍‌ଏସ୍‌ଇ ଓ ବିଏସ୍‌ଇ ପ୍ରାରମ୍ଭରୁ ଲାଭରେ ଚାଲିଥିଲାବେଳେ ଶେଷ ବେଳକୁ କାରବାର କିଛି ପରିମାଣରେ ହ୍ରାସ ପାଇଥିଲା। ଏପରିକି ବିଏସ୍‌ଇ ସେନ୍‌ସେକ୍ସ କାରବାର ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ସବୁଜ ସ୍ତରରେ ରହିଥିଲା। ଏପରିକି ୮୦, ୭୦୦ ଅଙ୍କରୁ କାରବାର ଆରମ୍ଭ ହୋଇଥିଲାବେଳେ ସେନ୍‌ସେକ୍ସ ଅଲ୍‌ ଟାଇମ ହାଇ ୮୧,୫୨୨ ଅଙ୍କରେ ପହଞ୍ଚତ୍ଥିଲା। ବୁଧବାର ବଜାର କାରବାର ଶେଷ ସୁଦ୍ଧା ବିଏସ୍‌ଇ ସେନ୍‌ସେକ୍ସ ୮୧, ୩୪୩.୪୬ ଅଙ୍କରେ ବନ୍ଦ ହୋଇଥିଲା। ସେହିପରି ଏନ୍‌ଏସ୍‌ଇ ନିଫ୍ଟି୫୦ର କାରବାର ମଧ୍ୟ ପ୍ରାରମ୍ଭରେ ସର୍ବୋଚ୍ଚ ୨୪,୯୦୦ ଅଙ୍କ ଛୁଲଁଥିଲାବେଳେ ଶେଷ ବେଳକୁ ଏହା ୨୪, ୮୦୦.୮୫ ଅଙ୍କରେ କାରବାର ବନ୍ଦ କରିଥିଲା।

ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର କାରବାର ୦.୭୮% ବୃଦ୍ଧି ଘଟିଥିବାବେଳେ ଏନ୍‌ଏସ୍‌ଇ ନିଫ୍ଟି ୫୦ର କାରବାର ମଧ୍ୟ ୦. ୭୬% ବୃଦ୍ଧି ହୋଇଛି। ଏପରିକି ବିଏସ୍‌ଇ ସ୍ମଲକ୍ୟାପ ଏବଂ ବିଏସ୍‌ଇ ମିଡ୍‌କ୍ୟାପ କାରବାର ବୃଦ୍ଧି ପାଇଥିଲା। ନିଫ୍ଟି ମିଡ୍‌କ୍ୟାପର କାରବାର ୫୫୨. ୯୦ ପଏଣ୍ଟ ବା ୦.୯୬% ହ୍ରାସ ପାଇଥିଲାବେଳେ ନିଫ୍ଟି ସ୍ମଲକ୍ୟାପର କାରବାର ୭୫.୨୫ ପଏଣ୍ଟ ବା ୦. ୮୫% କମିଥିଲା। ଏପରିକି ନିଫ୍ଟି ବ୍ୟାଙ୍କିଙ୍ଗ୍‌ (ବ୍ୟାଙ୍କ) ର କାରବାର ସର୍ବୋଚ୍ଚ ସ୍ତର ଛୁଇଁଥିଲାବେଳେ କାରବାର ଶେଷ ସୁଦ୍ଧା ୨୨୩. ୯୦ ପଏଣ୍ଟ ବା ୦.୪୩% ବୃଦ୍ଧି ପାଇ ୫୨,୬୨୦.୭୦ ଅଙ୍କରେ କାରବାର ବନ୍ଦ କରିଥିଲା ବୋଲି ଶେୟାର ବଜାର ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ବିଏସ୍‌ଇ ସେନ୍‌ସେକ୍ସ ପଞ୍ଜୀକୃତ ନିବେଶକଙ୍କ ମଧ୍ୟରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସର୍ବାଧିକ ଲାଭବାନ୍‌ ହୋଇଥିଲାବେଳେ ଭାରତୀ ଏୟାରଟେଲ, ଅଲ୍‌ଟ୍ରାଟେକ୍‌ ସିମେଣ୍ଟ, ପାଓ୍ବାର ଗ୍ରୀଡ୍‌ କପୋରେଶନ, ଆକ୍ସିସ ବ୍ୟାଙ୍କ, ଟେକ୍‌ ମହିନ୍ଦ୍ରା ଭଳି ନିବେଶକମାନେ ମଧ୍ୟ ଲାଭବାନ୍‌ ହୋଇଛନ୍ତି। ଏପରିକି ସେକ୍ଟେରାଲ କ୍ଷେତ୍ରରେ ଅଟୋ, ଆଇଟି, ଟେଲିକମ୍‌, ମେଟାଲ, ଏଫ୍‌ଏମ୍‌ସିଜି, ଫାର୍ମା, ହେଲ୍‌ଥ କେୟାର ଏବଂ ଘରୋଇ ବ୍ୟାଙ୍କ ସମେତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ନିବେଶ ସଂସ୍ଥାର ନିବେଶ ପୂର୍ବଦିନ ଅପେକ୍ଷା ଯଥେଷ୍ଟ ପରିମାଣରେ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?