ନିର୍ବାଚନ ଫଳାଫଳକୁ ନେଇ ସଟ୍ଟା ବଜାର ସକ୍ରିୟ: ଜୁନ୍‌ ୪କୁ ଅପେକ୍ଷା

ବାଲିଗୁଡା, ୩୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଜୁନ୍‌ ୧ରେ ରାଜ୍ୟର ସମସ୍ତ ୪ଟି ପର୍ଯ୍ୟାୟ ନିର୍ବାଚନ ଶେଷ ହେବ। ଜୁନ ୪ ଦିନ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ l ମେ’ ୨୦ ତାରିଖ ଦିନ କନ୍ଧମାଳ ଲୋକ ସଭା ଅଧିନ ୭ଟି ବିଧାନସଭା ଆସନ ପାଇଁ ନିର୍ବାଚନ ଶେଷ ହୋଇ ପ୍ରାର୍ଥୀଙ୍କ ଭାଗ୍ୟ ସିଲ ହୋଇ ରହିଛି l ଜୁନ ୪ତାରିଖ ପାଇଁ ଏବେ ରାଜନୈତିକ ଦଳ ଗୁଡ଼ିକ ସମେତ ସାଧାରଣରେ ଉତ୍ସାହ ଦେଖିବାକୁ ମିଳିଛି। ଫଳାଫଳ କାହା ସପକ୍ଷରେ ଯାଉଛି, କିଏ କେଉଁ ଆସନରୁ ଜିତିବ, କେତେ ସଂଖ୍ୟକ ଭୋଟ ବ୍ୟବଧାନରେ ଜିତିବ ଏଥିନେଇ ଚର୍ଚ୍ଚା ବି ଆରମ୍ଭ ହୋଇଯାଇଛି । ଏହି କ୍ରମରେ କନ୍ଧମାଳ ଜିଲାର ଫୁଲବାଣୀ, ଜି. ଉଦୟଗିରି ଓ ବାଲିଗୁଡା ଆସନ ଉପରେ ସମସ୍ତଙ୍କ ନଜର କେନ୍ଦ୍ରୀଭୂତ ରହିଛି। ଫଳାଫଳକୁ ନେଇ ରାଜନୈତିକ ଉଷ୍ମତା ଆରମ୍ଭ ହୋଇଯାଇଥିବା ବେଳେ ଫଳାଫଳକୁ ନେଇ ସଟ୍ଟାବଜାର ବି ସକ୍ରିୟ ହୋଇଉଠିଛି। ନିର୍ବାଚନର ଫଳାଫଳକୁ ସଟ୍ଟାବଜାରରେ ଅନେକ ନେତା, କୁଜିନେତା ଭଳି ବିଭିନ୍ନ ଜନସାଧାରଣ ବାଜି ଲଗାଇଥିବା ସୂଚନା ମିଳିଛି।
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ କନ୍ଧମାଳ ଲୋକସଭା ସମେତ ୭ଟି ବିଧାନସଭା ଆସନରେ କଡ଼ା ପ୍ରତିଦ୍ବନ୍ଦିତା ଦେଖିବାକୁ ମିଳିଥିଲା। ଲୋକ ସଭା ଓ ବିଧାନସଭା ପାଇଁ ଭାଜପା, ବିଜେଡି ଓ କଂଗ୍ରେସ ଦଳ ମଧ୍ୟରେ ତୀବ୍ର ପ୍ରତିଦ୍ବନ୍ଦିତା ହୋଇଥିବାବେଳେ ଜନମତ କାହା ସପକ୍ଷରେ ଯିବ ତାହା ତାହା କହିବା ମୁସ୍କିଲ। ହେଲେ ଏହି ତିନି ପ୍ରମୁଖ ଦଳର ସମର୍ଥକ ମାନେ ଜୁନ ୪ରେ ସେମାନଙ୍କ ପ୍ରାର୍ଥୀ ବିଜୟ ଲାଭ କରିବେ ବୋଲି ସଟ୍ଟା ଲଗାଇଛନ୍ତି। ଏପରିକି ବିପକ୍ଷ ଦଳର ସମର୍ଥକଙ୍କ ସହ ମଧ୍ୟ ଫଳାଫଳକୁ ନେଇ ମୋଟା ଅଙ୍କର ସଟ୍ଟା ଲାଗିଥିବା ଜଣାପଡ଼ିଛି। ୫୦୦ ଟଙ୍କାରୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସଟ୍ଟା ଲାଗିଛି। କେହି କେହି ସେମାନଙ୍କ ସମର୍ଥିତ ପ୍ରାର୍ଥୀ ଯଦି ହାରିଗଲେ ମୁଣ୍ଡନ ହେବା ସହ ବଡ଼ ବଡ଼ ହୋଟେଲରେ ଖାଇବାକୁ ଦେବେ ବୋଲି ମଧ୍ୟ ଚ୍ୟାଲେଞ୍ଜ କରିଛନ୍ତି। ସେହିପରି ବାଲିଗୁଡା ବିଧାନସଭା କ୍ଷେତ୍ରରେ ମଧ୍ୟ ବିଜେଡି,ଭାଜପା ଓ କଂଗ୍ରେସ ମଧ୍ୟରେ ସିଧାସଳଖ ଫାଇଟ ହୋଇଥିବାବେଳେ ଏହାର ଫଳାଫଳକୁ ନେଇ ମଧ୍ୟ ସଟ୍ଟା ବଜାର ସରଗରମ ରହିଛି। ସଟ୍ଟା ବଜାର ଯେଉଁପରି ଭାବେ ସରଗରମ ହେଉଛି ଫଳାଫଳ ପ୍ରକୃତରେ କାହା ସପକ୍ଷରେ ଯିବ ତାହା ଆକଳନ କରିବା ବହୁ କଷ୍ଟକର ହୋଇପଡ଼ିଛି। ଜୁନ ୪ରେ ହିଁ ଫଳାଫଳର ସ୍ପଷ୍ଟ ଚିତ୍ର ମିଳିବ l


Enter your email to get our daily news in your inbox.

All Right Reserved By Dharitri.Com

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri