ସର୍ବୋଚ୍ଚ ସ୍ତରରେ ଶେୟାର ବଜାର କାରବାର

ମୁମ୍ବାଇ,୨୬।୯: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ମଧ୍ୟରେ ଭାରତୀୟ ଷ୍ଟକ୍‌ ମାକେର୍ଟ ପ୍ରଥମ ଥର ପାଇଁ ଏକ ନୂଆ ମାଇଲଖୁଣ୍ଟ ସହ ଐତିହାସିକ ରେକର୍ଡ ସ୍ଥାପନ କରିଛି। ଏପରିକି ଘରୋଇ ଶେୟାର ବଜାର କାରବାର ବୁଧବାର ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର କାରବାର ବୁଧବାର ପ୍ରଥମ ଥର ପାଇଁ ଘରୋଇ ଶେୟାର ବଜାରରେ ନୂଆ କୀର୍ତ୍ତିମାନ ହାସଲ କରିଛି। ଚଳିତ ସପ୍ତାହର ତୃତୀୟ କାର୍ଯ୍ୟ ଦିବସ ରେ ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେନ୍‌ସକ୍ସ ୦.୩୦% କାରବାର ସହିତ ୮୫,୧୭୦ ଅଙ୍କରେ ରହିଥିଲାବେଳେ ଏନ୍‌ଏସ୍‌ଇ ନିଫ୍ଟି ୦.୨୫% କାରବାର ସହ ୨୬,୦୦୪ ଅଙ୍କରେ କାରବାର ବନ୍ଦ କରିଥିଲା।
ଅପରପକ୍ଷରେ ବୁଧବାର ପ୍ରାରମ୍ଭରୁ ଉଭୟ ବିଏସ୍‌ଇ ଏବଂ ଏନ୍‌ଏସ୍‌ଇର କାରବାର ସବୁଜ ରଙ୍ଗରୁ ଆରମ୍ଭ ହୋଇ ସେହି ସବୁଜ ରଙ୍ଗରେ କାରବାର ବନ୍ଦ ହୋଇଥିଲା। ଏପରିକି କାରବାର ପ୍ରାରମ୍ଭରେ ସେନ୍‌ସେକ୍ସ ପ୍ରାୟ ୩୩୩ ପଏଣ୍ଟ (୩୩୩.୩୮) ବା ୦.୩୯% ବୃଦ୍ଧି ଘଟି ୮୫,୨୪୭.୪୨ ଅଙ୍କରେ ପହଞ୍ଚତ୍ ଯାଇଥିଲାବେଳେ ନିଫ୍ଟିର କାରବାର ୯୨.୪ ପଏଣ୍ଟ ବା ୦.୩୫% ବୃଦ୍ଧି ହୋଇ ୨୬,୦୩୨.୮୦ ଅଙ୍କ ଛୁଇଁଥିଲା। ସେହିପରି ଚଳିତ ସପ୍ତାହର କାରବାର ଶେଷ ସୁଦ୍ଧା ନିଫ୍ଟି ମିଡକାପ ୩୮୫. ୬୫ ପଏଣ୍ଟ ହ୍ରାସ ଘଟି ୬୦,୪୬୫.୧୫ଅଙ୍କରେ ଥିଲାବେଳେ ନିଫ୍ଟି ସ୍ମଲକାପ ୪୧.୨୫ ପଏଣ୍ଟ କମି ୯୨୯୫.୮୦ ଅଙ୍କରେ ପହଞ୍ଚତ୍ଛି। ଏପରିକି ନିଫ୍ଟି ବ୍ୟାଙ୍କ ୧୩୩.୦୫ ପଏଣ୍ଟ ବୃଦ୍ଧି ପାଇ ୫୪,୧୦୧.୬୫ ଅଙ୍କରେ କାରବାର ବନ୍ଦ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri