Posted inଜାତୀୟ

ଶେୟାର ବଜାର କାରବାରରେ ହ୍ରାସ: ନିବେଶକ ହରାଇଲେ ୩ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୧।୪ଚଳିତ ଆର୍ଥକ ବର୍ଷର ପ୍ରଥମ କାର୍ଯ୍ୟଦିବସରେ ଶେୟାର ବଜାରର ନିବେଶକ ୩ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ଆଶା ଆଶଙ୍କା ମଧ୍ୟରେ ଥିବା ନିବେଶକମାନେ ଚଳିତ ସପ୍ତାହର ପ୍ରଥମ ଦିନରେ ୩.୨୩ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଛନ୍ତି। ଫଳରେ ପୁଞ୍ଜିବଜାରର ବଜାର ପୁଞ୍ଜି ୩.୨୩ ଲକ୍ଷ କୋଟି ହ୍ରାସ ଘଟି ୪୦୯.୬୪ ଲକ୍ଷ କୋଟିରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଚ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଚ (ଏନ୍‌ଏସ୍‌ଇ) କାରବାରରେ ବଡ ଧରଣର ହ୍ରାସ ପାଇଛି। ଏପରିକି ବିଏସ୍‌ଇ ସେନ୍‌ସେକ୍ସର କାରବାର ପ୍ରାୟ ୧୪୦୦ ପଏଣ୍ଟ (୧୩୯୦.୪୧) କମି ୭୬,୦୨୪.୫୧ ଅଙ୍କରେ ରହିଥିଲାବେଳେ ଏନ୍‌ଏସ୍‌ଇ ନିଫ୍ଟି ୧.୫୦% କମି ୨୩,୧୬୫ ଅଙ୍କରେ ରହିଛି। ସେହିଭଳି ୩୦ ଶେୟାର ବିଶିଷ୍ଟ ସେନ୍‌ସେକ୍ସର ମିଡ୍‌କ୍ୟାପ ଏବଂ ସ୍ମଲକ୍ୟାପ କାରବାରରେ ପ୍ରାୟ ୧% ହ୍ରାସ ଘଟିଛି। ଏପରିକି ନିଫ୍ଟି ମିଡକ୍ୟାପ କାରବାର ୪୪୨.୬୫ ପଏଣ୍ଟ କମି ୫୧,୨୨୯.୬୦ ଅଙ୍କରେ ପହଞ୍ଚିଥିଲାବେଳେ ସ୍ମଲକ୍ୟାପ୍‌ର କାରବାର ୦.୯୨% ହ୍ରାସ ଘଟି ୭୬୫୩.୩୦ ଅଙ୍କରେ ରହିଛି। ଅପରପକ୍ଷରେ ନିଫ୍ଟି ବ୍ୟାଙ୍କ ୭୩୭.୩୫ ପଏଣ୍ଟ କମି ୫୦,୮୨୭.୫୦ ଅଙ୍କରେ ରହିଛି।

ଶେୟାର ବଜାର କାରବାରରେ ହ୍ରାସ

କ୍ରମାଗତ ଦ୍ୱିତୀୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସ ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୩୯୦ (୧୩୯୦.୪୧) ପଏଣ୍ଟ ହ୍ରାସ ଘଟି ୭୬,୦୨୪ (୭୬,୦୨୪.୫୧) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୩୫୪(୩୫୩.୬୫) ପଏଣ୍ଟ କମି ୨୩,୧୬୬ (୨୩,୧୬୫.୭୦) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ହଠାତ ସ୍ଥଗିତ ରହିଲା ଟାଟା ଇନଷ୍ଟିଚ୍ୟୁଟରେ ଥିବା ସମାବର୍ତ୍ତନ ଉତ୍ସବ; ମୁଖ୍ୟ ବିଚାରପତି ଥିଲେ ମୁଖ୍ୟ ଅତିଥି, ଜାଣନ୍ତୁ ଏହାର କାରଣ

ମୁମ୍ବାଇ,୧।୮: ମୁମ୍ବାଇର ଟାଟା ସାମାଜିକ ବିଜ୍ଞାନ ପ୍ରତିଷ୍ଠାନ ବା ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେସ୍‌ (TISS) ଅଗଷ୍ଟ ୨ରେ ହେବାକୁ ଥିବା ୮୬ତମ ସମାବର୍ତ୍ତନ ଉତ୍ସବକୁ…

ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ; ରାଷ୍ଟ୍ରପତି ଦେଲେ ଅନୁମୋଦନ

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଦେଶବ୍ୟାପୀ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକୁ ପେପର ଲିକ, ଠକେଇ ଏବଂ ଅନ୍ୟାନ୍ୟ ଅନିୟମିତତା ମୁକ୍ତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ‘ସାର୍ବଜନୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri