ଷ୍ଟୋଇନିସଙ୍କ ବିସ୍ଫୋରକ ବ୍ୟାଟିଂ; ଆର୍‌ସିବି ସାମ୍ନାରେ ୧୯୭ ରନ ଟାର୍ଗେଟ୍‌ ରଖିଲା ଦିଲ୍ଲୀ

ଦୁବାଇ, ୫।୧୦: ଚଳିତ ଆଇପିଏଲ୍‌ର ସୋମବାର ଖେଳାଯାଇଥିବା ୧୯ତମ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଦିଲ୍ଲୀ କ୍ୟାପିଟାଲ୍ସ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ୍‌ ହରାଇ ୧୯୬ ରନ୍‌ ସଂଗ୍ରହ କରିଛି। ଦଳ ପକ୍ଷରୁ ମାର୍କସ ଷ୍ଟୋଇନିସ ୨୬ ବଲରୁ ୫୩ ରନର ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୃଥ୍ବୀ ଶ ୪୨, ଶିଖର ଧାଓ୍ବନ ୩୨, ଅଧିନାୟକ ଶ୍ରେୟାସ ଆୟାର ୧୧, ରିଷଭ ପନ୍ତ ୩୭ ଓ ସିମରନ ହେଟ୍‌ମେୟର ଅପରାଜିତ ୧୧ ରନ କରିଥିଲେ। ପ୍ରତିପକ୍ଷ ବାଙ୍ଗାଲୋର ପକ୍ଷରୁ ମହମ୍ମଦ ସିରାଜ ୨ଟି ଉଇକେଟ୍‌ ନେଇଥିଲେ।
ଟୁର୍ନାମେଣ୍ଟରେ ଦିଲ୍ଲୀ ବର୍ତ୍ତମାନ ସୁଦ୍ଧା ୪ ମ୍ୟାଚ୍‌ରୁ ୩ ବିଜୟ ସହ ୬ ପଏଣ୍ଟ ପାଇ ମୁମ୍ବାଇ ଇଣ୍ଡିଆନ୍ସ ପଛକୁ ଟେବୁଲ ତାଲିକାର ୨ୟ ସ୍ଥାନରେ ରହିଛି। ଅପରପକ୍ଷରେ ବାଙ୍ଗାଲୋର ୪ ମ୍ୟାଚ୍‌ରୁ ୩ ବିଜୟ ହାସଲ କରିଥିଲେ ମଧ୍ୟ ରେଟିଂ ଦୃଷ୍ଟିରୁ ୩ୟ ସ୍ଥାନରେ ରହିଛି। ଆଘାତଜନିତ ସମସ୍ୟା ଲାଗି ଚଳିତ ଆଇପିଏଲ୍‌ର ବଳକା ମ୍ୟାଚ୍‌ରୁ ବାଦ୍‌ ପଡ଼ିଥିବା ଅମିତ୍‌ ମିଶ୍ରାଙ୍କ ସ୍ଥାନରେ ଦିଲ୍ଲୀ ଦଳରେ ଅକ୍ଷର ପଟେଲଙ୍କୁ ସୁଯୋଗ ମିଳିଛି। ସେହିଭଳି ଆଡାମ ଜାମ୍ପା ଓ ଗୁରକୀରଟ୍‌ ସିଂ ମନ୍ନଙ୍କ ସ୍ଥାନରେ ମୋଇନ ଅଲୀ ଓ ମହମ୍ମଦ ସିରାଜ ବାଙ୍ଗାଲୋର ଦଳରେ ଦୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?