Posted inଖେଳ

ଅଭ୍ୟାସ କଲେ ଷ୍ଟୋକ୍ସ, ଆର୍ଚର, ବନର୍ସ

ଚେନ୍ନାଇ,୩୧।୧: ଭାରତ ଗସ୍ତରେ ଆସିଥିବା ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ, ଦ୍ରୁତ ବୋଲର ଜୋଫ୍ରା ଆର୍ଚର ଓ ରିଜର୍ଭ ଓପନର ରୋରି ବନର୍ସ ଶନିବାର ପ୍ରଥମଥର ପାଇଁ ଅଭ୍ୟାସ କରିଛନ୍ତି। ୬ ଦିନର ହାର୍ଡ କ୍ୱାରାଣ୍ଟାଇନ୍‌ ପରେ ସ୍ଥାନୀୟ ଚିପକ ଷ୍ଟାଡିୟମରେ ପ୍ରଥମ ଟ୍ରେନିଂ ସେସନରେ ଏହି ଖେଳାଳିମାନେ ଝାଳ ବୁହାଇଛନ୍ତି। ସେପଟେ ଇଂଲଣ୍ଡ ଦଳର ଅନ୍ୟ ଖେଳାଳିମାନେ ସେମାନଙ୍କର ଦ୍ୱିତୀୟ କୋଭିଡ୍‌-୧୯ ଟେଷ୍ଟ କ୍ଲିୟର କରିଛନ୍ତି।
ଅଭ୍ୟାସ କରିଥିବା ଏହି ୩ ଖେଳାଳି ଶ୍ରୀଲଙ୍କା ଗସ୍ତରେ ସାମିଲ ନ ଥିଲେ। ଅତ୍ୟଧିକ କାର୍ଯ୍ୟଭାର ପାଇଁ ଷ୍ଟୋକ୍ସ ଓ ଆର୍ଚରଙ୍କୁ ବିଶ୍ରାମ ଦିଆଯାଇଥିଲା। ତେବେ ବନର୍ସ ନିଜର ପ୍ରଥମ ସନ୍ତାନ ଜନ୍ମ ପାଇଁ ପିତୃତ୍ୱ ଛୁଟିରେ ରହିଥିଲେ। ତେଣୁ ଅନ୍ୟମାନଙ୍କ ପୂର୍ବରୁ ଏହି ୩ ଖେଳାଳି ଆଗୁଆ ଭାରତ ଆସି ସେମାନଙ୍କର ୩ଟି ଆରଟି- ପିସିଆର ଟେଷ୍ଟ କ୍ଲିୟର କରି ଅଭ୍ୟାସ କରିବାର ସୁଯୋଗ ପାଇଛନ୍ତି। ଆର୍ଚର, ବନର୍‌ସ ଓ ଷ୍ଟୋକ୍ସ ଆଗାମୀ ୩ ଦିନ ସକାଳେ ଅଭ୍ୟାସ କରିବେ। ଅଭ୍ୟାସ ପାଇଁ ଏମାନଙ୍କୁ ଦୁଇଘଣ୍ଟା ସମୟ ଦିଆଯାଇଛି।
ସମ୍ପୂର୍ଣ୍ଣ ଇଂଲଣ୍ଡ ଦଳ ଶୁକ୍ରବାର ସେମାନଙ୍କ ଦ୍ୱିତୀୟ ପିସିଆର କୋଭିଡ୍‌-୧୯ ଟେଷ୍ଟ କରାଇଛନ୍ତି। ସମସ୍ତଙ୍କର ରିପୋର୍ଟ ନେଗେଟିଭ୍‌ ଆସିଛି। ଆସନ୍ତା ୨ ତାରିଖରୁ ସମ୍ପୂର୍ଣ୍ଣ ଇଂଲଣ୍ଡ ଦଳ ଟ୍ରେନିଂ ଆରମ୍ଭ କରିବ। ୫ ତାରିଖରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

CEG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri