Posted inଖେଳ

ତୃତୀୟ ଟେଷ୍ଟରୁ ବାଦ୍‌ ପଡ଼ିପାରନ୍ତି ଷ୍ଟୋକ୍ସ

ମାଞ୍ଚେଷ୍ଟର, ୨୩।୭(ପି.ଟି.)-  ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ କ୍ରିକେଟ ଟେଷ୍ଟ ଶୁକ୍ରବାରଠାରୁ ଆରମ୍ଭ ହେବ। ୩ ମ୍ୟାଚ ବିଶିଷ୍ଟ ସିରିଜ ଏବେ ୧-୧ ସ୍ଥିତିରେ ରହିଛି। ଓ୍ବେଷ୍ଟଇଣ୍ଡିଜ ସାଉଥାମ୍ପଟନ ଟେଷ୍ଟ ଜିତିଥିବାବେଳେ ଇଂଲଣ୍ଡ ମାଞ୍ଚେଷ୍ଟରରେ ବିଜୟ ହାସଲ କରିଛି। ତେଣୁ ତୃତୀୟ ଟେଷ୍ଟରେ ସିରିଜ ନିର୍ଣ୍ଣୟ ହେବ। ଇଂଲଣ୍ଡ ପାଇଁ ଚଳିତ ସିରିଜରେ ସବୁଠାରୁ ପ୍ରଭାବୀ ପ୍ରଦର୍ଶନ କରିଥିବା ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ତୃତୀୟ ଟେଷ୍ଟରୁ ବାଦ୍‌ ପଡ଼ିପାରନ୍ତି। ରୋଟେଶନ ପଦ୍ଧତିରେ ଷ୍ଟୋକ୍ସଙ୍କୁ ସାମିଲ କରାଯିବା ଯୋଜନା ରହିଥିବା ସୂଚନା ଦେଇଛନ୍ତି କୋଚ୍‌ କ୍ରିସ୍‌ ସିଲଭରଉଡ୍‌। ଷ୍ଟୋକ୍ସ ଦ୍ୱିତୀୟ ଟେଷ୍ଟର ଦୁଇ ଇନିଂସରେ ଯଥାକ୍ରମେ ୧୭୬ ଓ ୭୮* ରନ କରିଥିବାବେଳେ ୩ଟି ଉଇକେଟ ହାସଲ କରିଥିଲେ। ଏହି ମ୍ୟାଚରେ ଇଂଲଣ୍ଡର ୧୧୩ ରନରେ ବିଜୟରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ସାମ୍ପ୍ରତିକ ପ୍ରଦର୍ଶନ ତାଙ୍କୁ ଆଇସିସି ଅଲରାଉଣ୍ଡର ର଼୍ୟାଙ୍କିଙ୍ଗ୍‌ର ନମ୍ବରଓ୍ବାନ ସ୍ଥାନରେ ମଧ୍ୟ ପହଞ୍ଚାଇ ଦେଇଛି। ”ବର୍ତ୍ତମାନ ଷ୍ଟୋକ୍ସ କିପରି ପ୍ରଦର୍ଶନ କରୁଛନ୍ତି ତାହା ସମସ୍ତେ ଜାଣନ୍ତି। ମାତ୍ର ଆମେ ରୋଟେଶନ କଥା ଚିନ୍ତା କରୁଛୁ। ଗତ ମ୍ୟାଚ ଗୁଡ଼ିକରେ ସେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସେ ଯଦି ସମ୍ପୂର୍ଣ୍ଣ ଫିଟ୍‌ ଓ ସୁସ୍ଥ ଥିବେ ତେବେ ଖେଳିବେ, ନଚେତ ଆମେ ରୋଟେଶନ କଥା ଚିନ୍ତା କରିବୁ“ ବୋଲି ସିଲଭରଉଡ୍‌ ପ୍ରକାଶ କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ୟ ଟେଷ୍ଟ ପରେ ପାକିସ୍ତାନ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବ ଇଂଲଣ୍ଡ। ଅଗଷ୍ଟ ୫ରୁ ଏହା ଆରମ୍ଭ ହେବ। ଇଂଲଣ୍ଡ ପ୍ରଥମ ଟେଷ୍ଟରେ ଜେମ୍ସ ଆଣ୍ଡରସନ, ଜୋଫ୍ରା ଆର୍ଚର ଓ ମାର୍କ ଉଡ୍‌ଙ୍କୁ ଖେଳାଇଥିବାବେଳେ ଦ୍ୱିତୀୟ ଟେଷ୍ଟ ପାଇଁ ଷ୍ଟୁଆର୍ଟ ବ୍ରଡ୍‌, କ୍ରିସ୍‌ ଓ୍ବକ୍ସ ଓ ସାମ୍‌ କୁରାନଙ୍କୁ ସାମିଲ କରିଥିଲା। ବର୍ତ୍ତମାନ ଦଳରେ ୬-୭ ଜଣ ଦ୍ରୁତ ବୋଲର ଥିବାରୁ ସିଲଭରଉଡ୍‌ ଚୟନ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ତେବେ ତୃତୀୟ ଟେଷ୍ଟ ପାଇଁ ଯେପରି ବୋଲିଂ ଆକ୍ରମଣ ଶକ୍ତିଶାଳୀ ହୋଇପାରିବ ତା ଉପରେ ଧ୍ୟାନ ଦିଆଯିବ ବୋଲି କୋଚ୍‌ କହିଛନ୍ତି। ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିବା ସତ୍ତ୍ୱେ ସ୍ପିନର ଡୋମିନିକ୍‌ ବେସ୍‌ ଓ ଉଇକେଟ କିପର ଜୋସ୍‌ ବଟଲର ତୃତୀୟ ଟେଷ୍ଟ ପାଇଁ ସ୍ଥାନ ବଜାୟ ରଖିବେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

ଗୌତମ ଗମ୍ଭୀରଙ୍କ ଚାକିରି ବିପଦରେ! ବିଗୁଡୁଛି ଡ୍ରେସିଂ ରୁମର ମାହୋଲ

ନୂଆଦିଲ୍ଲୀ,୪।୮: ଗୌତମ ଗମ୍ଭୀର ହେଡ କୋଚ୍‌ ହେବା ପରେ ଭାରତ ୨୦୨୪ ଟି-୨୦ ବିଶ୍ୱକପ ଏବଂ ୨୦୨୫ ଚାମ୍ପିଅନ୍ସ ଟ୍ରଫି ଜିତିଥିଲେ ମଧ୍ୟ, ସତ୍ୟ ଏହା ଯେ…

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ଟିମ ଇଣ୍ଡିଆର ବଦଳିଲେ କୋଚ୍‌, ଭାବୁକ ହୋଇ ଏମିତି କହିଦେଲେ ରୋହିତ, ପଢନ୍ତୁ…

ନୂଆଦିଲ୍ଲୀ,୩।୮: ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହୋଇଛି। ଫିଲ୍ଡିଂ କୋଚ ଟି. ଦିଲୀପଙ୍କ ଚୁକ୍ତି ଶେଷ ହୋଇଯାଇଛି। ଏଥର ବିସିସିଆଇ ତାଙ୍କ ଚୁକ୍ତିକୁ ନବୀକରଣ…

କ୍ରିକେଟ ଜଗତରୁ ଆସିଲା ବଡ଼ ଖବର: ୮ ବର୍ଷ ପାଇଁ ଏହି କ୍ରିକେଟରଙ୍କୁ ବ୍ୟାନ୍‌ କଲା ICC

ନୂଆଦିଲ୍ଲୀ,୩।୮: କ୍ରିକେଟ ଜଗତରୁ ଏକ ଚମକାଇଦେଲା ଭଳି ଖବର ସାମ୍ନାକୁ ଆସିଛି। ମ୍ୟାଚ ଫିକ୍ସିଂ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର କ୍ରିକେଟର ଅଖିଲେଶ ରେଡ୍ଡିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri