Posted inଖେଳ

ସୋମବାର ଷ୍ଟୋକ୍ସଙ୍କ ଅଙ୍ଗୁଳି ଅସ୍ତ୍ରୋପଚାର

ଲଣ୍ଡନ, ୧୭।୪(ପି.ଟି.)-
ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସଙ୍କ ବାମହାତ ବିଶି ଅଙ୍ଗୁଳିରେ ଅସ୍ତ୍ରୋପଚାର ଆସନ୍ତା ସୋମବାର ହେବ। ଫଳରେ ସେ ଅତିକମ୍‌ରେ ୧୨ ସପ୍ତାହ ପାଇଁ କ୍ରିକେଟରୁ ଦୂରେଇ ରହିବେ। ଦ୍ୱିତୀୟ ଥର ପାଇଁ ଏକ୍ସ-ରେ ଓ ସିଟି ସ୍କାନରୁ ଜଣାପଡ଼ିଛି ଯେ ଷ୍ଟୋକ୍ସଙ୍କ ବାମହାତ ବିଶି ଅଙ୍ଗୁଳି ଭାଙ୍ଗିଛି। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚରେ ଫିଲ୍ଡିଂ ବେଳେ ସେ ଆଘାତ ପାଇଥିଲେ। ଏବେ ସେ ନିଜ ଫ୍ରାଞ୍ଚାଇଜ୍‌ ରାଜସ୍ଥାନ ରୟାଲ୍ସ ସହ ଭାରତରେ ଅଛନ୍ତି। ଶନିବାର ସେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ”ସୋମବାର ଲିଡ୍ସରେ ଷ୍ଟୋକ୍ସଙ୍କ ଅଙ୍ଗୁଳି ଅସ୍ତ୍ରୋପଚାର ହେବ। ଫଳରେ ସେ ୧୨ ସପ୍ତାହ ଖେଳିପାରିବେନି“ ବୋଲି ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପକ୍ଷରୁ ଶୁକ୍ରବାର ଏକ ବିବୃତିରେ ପ୍ରକାଶ କରାଯାଇଛି। ଗତ ସୋମବାର ପଞ୍ଜାବ କିଙ୍ଗ୍ସର କ୍ରିସ୍‌ ଗେଲ୍‌ଙ୍କ କ୍ୟାଚ ଧରିବା ଅବସରରେ ସେ ଆହତ ହୋଇଥିଲେ। ଫଳରେ ସେ ସମ୍ପୂର୍ଣ୍ଣ ଆଇପିଏଲରୁ ଓହରିବାକୁ ବାଧ୍ୟ ହୋଇଥିଲେ। ରାଜସ୍ଥାନର ମୁଖ୍ୟ ପେସ୍‌ ବୋଲର ଜୋଫ୍ରା ଆର୍ଚର ଆହତ ଯୋଗୁ କ୍ରିକେଟରୁ ଦୂରରେ ଅଛନ୍ତି। ସେ ଫିଟ୍‌ ହୋଇ ହାଲୁକା ଅଭ୍ୟାସ ଆରମ୍ଭ କରିଥିବାରୁ ଆଇପିଏଲ ଶେଷଭାଗରେ ଦଳକୁ ଫେରୁଛନ୍ତି କି ନାହିଁ ତାହା ଉପରେ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri