ରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ

ଝରିଗାଁ,୯ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚାଉଳ ମହଜୁଦ ଘରର ତାଲା ଭାଙ୍ଗି ବସ୍ତାବସ୍ତା ଚାଉଳ ଚୋରି ହୋଇଥିବା ନେଇ ସଂପୃକ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ପିତମ ପନକା ଝରିଗାଁ ଲିଖିତ ଅଭିଯୋଗ କରିଛନ୍ତି।
ସୂଚନାନୁସାରେ, ବୁଧବାରଠାରୁ ଦଶହରା ପୂଜାଛୁଟିର ପ୍ରଥମ ଦିନରେ ବିଦ୍ୟାଳୟର ପାଚିକା ଓ ସହାୟିକା ସ୍କୁଲ ବଗିଚାରେ ପାଣି ଦେବାକୁ ଯାଇଥିଲେ। ବିଦ୍ୟାଳୟର ମୁଖ୍ୟ ଫାଟକ ଏବଂ ଚାଉଳ ମହଜୁଦ ଘରର ତାଲା ଦ୍ୱୟ ଭଙ୍ଗା ହୋଇଥିବା ଦେଖିଥିଲେ। ଏନେଇ ପ୍ରଧାନଶିକ୍ଷକ ଖବର ପାଇ ସ୍କୁଲକୁ ଆସି ବିଦ୍ୟାଳୟ ପରିଚାଳନା କମିଟିଙ୍କ ସହ ଦେଖିବା ପରେ ଦୁଇ ବସ୍ତା ଚାଉଳ ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ କରିବାକୁ ନିଷ୍ପତ୍ତି ନେଇଥିଲେ। ଖବର ପାଇ ଘଟଣାସ୍ଥଳରେ ଥାନା ଏଏସ୍‌ଆଇ କେଦାର ନାଥ ରାଉତ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ଏନେଇ ଥାନାରେ ଏକ ମାମଲା ରୁଜୁ କରାଯାଇଛି।
ସେହିପରି ଗତ ସୋମବର ଝରିଗାଁ ଥାନା ଅନ୍ତର୍ଗତ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତିନୋଟି ଶ୍ରେଣୀ ଗୃହର ତାଲା ଭଙ୍ଗା ଯାଇଥିବା ନେଇ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗଦୀଶ ପ୍ରସାଦ ମିଶ୍ର ଝରିଗାଁ ପୋଲିସକୁ ସୂଚନା ଦେବା ପରେ ଘଟଣାସ୍ଥଳରେ ଥାନା ଏସ୍‌ଆଇ ଲକ୍ଷ୍ମୀନାରାୟଣ ଦୋରା ପହଞ୍ଚି ତଦନ୍ତ କରିଥିଲେ। ଉକ୍ତ ବିଦ୍ୟାଳୟର ତାଲା ଭଙ୍ଗା ଯାଇଥିଲେ ମଧ୍ୟ କୌଣସି ଜିନିଷ ଚୋରି ହୋଇ ନ ଥିବା ପ୍ରଧାନଶିକ୍ଷକ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri